Posted inଖେଳ

ଦଶମ-ଦ୍ୱାଦଶ ଶ୍ରେଣୀରେ ଏତିକି ନମ୍ବର ରଖିଥିଲେ ବିଶ୍ୱର ସବୁଠୁ ସଫଳ ଅଧିନାୟକ

ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ନିଜ ପରିବାର ସହ ଲଣ୍ଡନରେ ଜନ୍ମଦିନ ପାଳନ କରିଛନ୍ତି। ସେ ବିଶ୍ୱର ସବୁଠୁ ସଫଳ ଅଦତ୍ନାୟକ ହୋଇଥିଲେ ମଧ୍ୟ ପାଠପଢାରେ ସେତେଟା ଭଲ ନ ଥିଲେ। ଝାଡଖଣ୍ଡର ରାଞ୍ଚିରେ ଜନ୍ମଗ୍ରହଣ କରିଥିବା ମାହି ଡିଏଭି ସ୍କୁଲରୁ ତାଙ୍କର ପାଠପଢା ସମାପ୍ତ କରିଥିଲେ। ଧୋନୀଙ୍କ ପାଇଁ କ୍ରିକେଟ ଖେଳିବା ଏକ ପ୍ରାଥମିକତା ଥିଲା। ସେ ଅଧ୍ୟୟନରେ ବେଶୀ ଭଲ ନ ଥିଲେ ଏବଂ ଦଶମ ଶ୍ରେଣୀରେ ୬୬ ପ୍ରତିଶତ ଏବଂ ଦ୍ୱାଦଶ ଶ୍ରେଣୀରେ ୫୬ ପ୍ରତିଶତ ନମ୍ବର ରଖିଥିଲେ।
ବଡ କ୍ରିକେଟର ହେବା ତାଙ୍କ ଖୁବ୍‌ ସଂଘର୍ଷ କରିବାକୁ ପଡିଥିଲା। ମହେନ୍ଦ୍ର ସିଂ ଧୋନୀ ଆରମ୍ଭରୁ କ୍ରିକେଟ ପ୍ରତି ଆଗ୍ରହ ପ୍ରକାଶ କରି ନ ଥିଲେ। ସେ ବିଦ୍ୟାଳୟ ସ୍ତରରେ ଫୁଟବଲ ଦଳର ଗୋଲକିପର ଥିଲେ ଏବଂ ଏହି କ୍ଷେତ୍ରରେ ଆଗକୁ ବଢିବାକୁ ଚାହୁଁଥିଲେ। ଧୋନୀ ଷଷ୍ଠ ଶ୍ରେଣୀରେ ପଢୁଥିବାବେଳେ ସ୍କୁଲ କ୍ରିକେଟ ଦଳରେ ହଠାତ୍‌ ଜଣେ ଉଇକେଟ କିପର ଆବଶ୍ୟକ ପଡିଲା। ସେତେବେଳେ କ୍ରିକେଟ ପ୍ରଶିକ୍ଷକ ତାଙ୍କ ଗୋଲକିପିଂ ଦେଖିଲେ, ଧୋନୀଙ୍କ ଉପରେ ସେ ବହୁତ ପ୍ରଭାବିତ ହୋଇଥିଲେ। ସେ ହିଁ ଉଇକେଟ କିପିଂ ଦାୟିତ୍ୱ ତୁଲାଇ ପାରିବେ ଭାବି ତାଙ୍କୁ ସେହି ଦାୟିତ୍ୱ ଦେଇଥିଲେ। ଆଗ୍ରହ ନ ଥିଲେ ମଧ୍ୟ ଧୋନୀ କିପିଂ ଶିଖି ମ୍ୟାଚ୍‌ ଖେଲି ସଫଳ ମଧ୍ୟ ହୋଇଥିଲେ। ସେବେଠେୁ ଆରମ୍ଭ ହୋଇଥିଲା ଧୋନୀଙ୍କ କ୍ରିକେଟ ଜୀବନ। ପ୍ରଥମେ ଧୋନୀ ମେକନ କ୍ଲବ ଏବଂ ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡର ସ୍ଥାନୀୟ ଦଳରେ ଯୋଗ ଦେଇଥିଲେ। ଏଠାରେ ସେ ବେତନ ଭାବରେ ୬୨୫ ଟଙ୍କା ପାଇଲେ। ଏହା ତାଙ୍କର ପ୍ରଥମ ରୋଜଗାର ଥିଲା। ଏହା ପରେ ଧୋନୀ ସେଣ୍ଟ୍ରାଲ କୋଲଫିଲ୍ଡସ ଲିମିଟେଡ କ୍ଲବରେ ଯୋଗ ଦେଇଥିଲେ। ଏଠାରେ ତାଙ୍କର ରୋଜଗାର ୨୦୦୦ ଟଙ୍କାକୁ ବୃଦ୍ଧି ପାଇଲା। କେବଳ ଏତିକି ନୁହେଁ, ଧୋନୀ ଏଠାରେ ୨୦୦ ଟଙ୍କାର ବୋନସ ମଧ୍ୟ ପାଉଥିଲେ। କାରଣ ସେ ଜଣେ ମ୍ୟାଚ ବିଜେତା ଖେଳାଳି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?