Posted inଖେଳ

ଏହି ମାମଲାରେ କୋହଲି-ରୋହିତଙ୍କୁ ପଛରେ ପକାଇଲେ ଧୋନୀ

ନୂଆଦିଲ୍ଲୀ,୧୦।୧୨: ଆଇପିଏଲ୍‌ ଇତିହାସରେ ସବୁଠାରୁ ଅଧିକ ପାଉଣା ପାଇଥିବା ଖେଳାଳିଙ୍କ ତାଲିକା ଶୀର୍ଷରେ ଅଛନ୍ତି ଚେନ୍ନାଇ ସୁପରକିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ। ସେ ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରେ ଶୀର୍ଷରେ ରହିଆସୁଥିଲେ। ଏବେ ଆଇପିଏଲ୍‌ରେ ମଧ୍ୟ ପ୍ରଥମ ନାମ ଧୋନୀଙ୍କ ରହିଛି।

୨୦୦୭ରେ ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ୍‌ ଜିତିଥିଲା। ଏହାର କିଛି ମାସ ପରେ ଖେଳାଯାଇଥିବା ଆଇପିଏଲ୍‌ ୨୦୦୮ରେ ସବୁଠାରୁ ଅଧିକ ଦାମ(୧୧ କୋଟି ଟଙ୍କା)ଦେଇ ଧୋନୀଙ୍କୁ କିଣିଥିଲା ସିଏସ୍‌କେ। ଆଇପିଏଲ୍‌ରେ ଏଯାବତ ସେ ମୋଟ ୧୩୭ କୋଟି ଟଙ୍କା ପାଉଣା ପାଇଛନ୍ତି।

ରିପୋର୍ଟ ମୁତାବକ ଧୋନୀ ଆଇପିଏଲ୍‌ର ୨୦୦୯ ଏବଂ ୨୦୧୦ରେ ୨୦୦୮ ସହ ସମାନ ପାଉଣା ପାଇଥିଲେ। ଏହାପରେ ୨୦୧୧ରୁ ୨୦୧୩ ପର୍ଯ୍ୟନ୍ତ ସେ ୮.୨ କୋଟି ଟଙ୍କା ନେଇଥିଲେ। ୨୦୧୪ ଓ ୧୫ରେ ୧୨.୫ କୋଟି ଟଙ୍କା ତାଙ୍କୁ ମିଳିଥିବା ବେଳେ ୨୦୧୮ରେ ୧୫ କୋଟି ଟଙ୍କା ମିଳୁଛି। ଏହିଭଳି ଭାବେ ୧୩ ସିଜନରେ ତାଙ୍କୁ ୧୩୭ କୋଟି ଟଙ୍କା ମିଳିଛି। ଧୋନୀଙ୍କ ପରେ ଦ୍ୱିତୀୟ ସ୍ଥାନରେ ରୋହିତ ଶର୍ମା, ତୃତୀୟରେ ବିରାଟ କୋହଲୀ ଅଛନ୍ତି। ରୋହିତଙ୍କୁ ମୋଟ ୧୩୧ କୋଟି ଟଙ୍କା ମିଳିଥିବା ବେଳେ ବିରାଟଙ୍କୁ ୧୨୬ କୋଟି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri