Posted inଖେଳ

ଅଭ୍ୟାସ ମ୍ୟାଚ୍‌ରେ ଧୋନୀଙ୍କ ଛକା ବର୍ଷା; ବୁଦାରେ ହଜିଲା ବଲ୍‌; ନିଜେ ଯାଇ…

ନୂଆଦିଲ୍ଲୀ,୨୭।୮: ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବାକୁ ଯାଉଛି ଆଇପିଏଲ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ। ଏହାକୁ ନେଇ ସବୁ ଦଳର ଖେଳାଳି ନିଜ ନିଜର ଅଭ୍ୟାସ ଆରମ୍ଭ କରିଦେଲେଣି। ଏହି କ୍ରମରେ ପୂର୍ବତନ ଭାରତୀୟ କ୍ରିକେଟର ତଥା ଚେନ୍ନାଇ ସୁପରକିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଚେନ୍ନାଇର ବାକି ଖେଳାଳିଙ୍କ ସହ ପ୍ରଶିକ୍ଷଣ ଅଧିବେଶନରେ ଯୋଗ ଦେଉଛନ୍ତି। ନିକଟରେ ଅଭ୍ୟାସ ମ୍ୟାଚ୍‌ ସମୟରେ ଧୋନୀ କିଛି ଲମ୍ବା ଛକା ମାରିଥିଲେ। ଫଳରେ ବଲ୍‌ଗୁଡ଼ିକ ପାଖରେ ଥିବା ବୁଦା ଭିତରେ ପଡ଼ିଥିଲା। ପରେ ଧୋନୀ ନିଜେ ସାଥୀଙ୍କ ସହ ବୁଦାରୁ ବଲ୍‌ ଖୋଜିବା ପାଇଁ ଯାଇଥିବା ଦେଖାଯାଇଛି। ଏହାର ଭିଡିଓ ଭାଇରାଲ ହେଉଥିବା ବେଳେ ଲୋକେ ଭଳିକି ଭଳି ପ୍ରତିକ୍ରିୟା ଦେଉଛନ୍ତି। ନିଜ ବଲ୍‌ ନିଜକୁ ହିଁ ଖୋଜିବାକୁ ହୋଇଥାଏ ବୋଲି କେହି କେହି କହୁଛନ୍ତି।

ପ୍ରକାଶ ଯେ, ଚେନ୍ନାଇ ଟିମ୍‌ ୨୦୨୦ ଆଇପିଏଲ୍‌ରେ ପ୍ରଥମ ଥର ପାଇଁ ପ୍ଲେ ଅଫ୍‌ ପାଇଁ ଯୋଗ୍ୟତା ଅର୍ଜନ କରିପାରି ନ ଥିଲା। ୨୦୨୧ ସଂସ୍କରଣରେ ଟିମ୍‌ କିନ୍ତୁ ପଏଣ୍ଟ ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛି। ଦଳ ସାତଟି ମ୍ୟାଚ୍‌ରୁ ୫ଟିରେ ବିଜେତା ହୋଇଛି। ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ମ୍ୟାଚ୍‌ ସେପ୍ଟେମ୍ବର ୧୯ରେ ଖେଳାଯିବାକୁ ଥିବା ବେଳେ ଏଥିରେ ସିଏସ୍‌କେ ଏମ୍‌ଆଇକୁ ଭେଟିବ। ପରେ ସେପ୍ଟେମ୍ବର ୨୪ରେ ଚେନ୍ନାଇ ବାଙ୍ଗାଲୋରକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri