Posted inଖେଳ

ଧୋନୀଙ୍କ ପାଇଁ ଆଇପିଏଲ୍‌ ଚୟନର ମାପକାଠି ହେବ ନାହିଁ:  ନେହେରା

ନୂଆଦିଲ୍ଲୀ,୨।୮(ପି.ଟି.): ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ମହେନ୍ଦ୍ର ସିଂ ଧୋନୀଙ୍କ ପାଇଁ ଚୟନର ମାପକାଠି ହୋଇପାରିବ ନାହିଁ ବୋଲି ପୂର୍ବତନ ଦ୍ରୁତ ବୋଲର ଆଶିଷ ନେହେରା କହିଛନ୍ତି। ଧୋନୀ ଟେଷ୍ଟରୁ ଅବସର ନେଇ ସାରିଛନ୍ତି ଓ ସେ ଗତବର୍ଷ ଅନୁଷ୍ଠିତ ହୋଇଥିବା ବିଶ୍ୱକପ୍‌ ପରେ କୌଣସି ସୀମିତ ଓଭର ମ୍ୟାଚ୍‌ ଖେଳିନାହାନ୍ତି। ଏବେ ତାଙ୍କ ପ୍ରତ୍ୟାବର୍ତ୍ତନ ଓ ଅବସର ନେଇ ଚର୍ଚ୍ଚା ଚାଲିଛି।
ଆସନ୍ତା ସେପ୍ଟେମ୍ବର ୧୯ ତାରିଖରୁ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ଆରମ୍ଭ ହେବାକୁ ଯାଉଥିବା ଆଇପିଏଲ୍‌ ଖେଳି ଧୋନୀ ଜାତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଅନୁମାନ କରାଯାଉଛି। ତେବେ ଏହା ତାଙ୍କ ପ୍ରତ୍ୟାବର୍ତ୍ତନ ସହିତ କୌଣସି ସମ୍ପର୍କ ରଖେ ନାହିଁ ବୋଲି ନେହେରା ସ୍ପଷ୍ଟ କରିଛନ୍ତି। କିଭଳି ନେତୃତ୍ୱ ନେବାକୁ ହୁଏ ଓ ଯୁବ ଖେଳାଳିଙ୍କୁ କିପରି ଆଗକୁ ଛାଡିବାକୁ ହୁଏ ତାହା ଧୋନୀ ଭଲ ଭାବେ ଜାଣନ୍ତି। ତାଙ୍କ ପାଖରେ ଏବେ ବି କ୍ରିକେଟ ବାକି ରହିଛି। ଯଦି ଜଣେ ଅଧିନାୟକ, କୋଚ୍‌, ଚୟନକର୍ତ୍ତା ଚାହିଁବେ ତା’ହେଲେ ଧୋନୀଙ୍କୁ ପ୍ରଥମେ ଚୟନ କରିବେ। ଯଦି ଚାହିଁବେ ଧୋନୀ ଦଳରେ ସାମିଲ ହୋଇ ପାରିବେ।  ତେଣୁ ଆଇପିଏଲ ପ୍ରଦର୍ଶନ ତାଙ୍କ ଚୟନର ମାପକାଠି ହୋଇପାରିବ ନାହିଁ ଓ ଏହା ସହିତ ତାଙ୍କ ଚୟନର କୌଣସି ଯାଏଆସ୍‌ ନାହିଁ ବୋଲି ନେହେରା କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri