Posted inଖେଳ

ଧୋନୀଙ୍କ ପାଇଁ ଆଇପିଏଲ୍‌ ଚୟନର ମାପକାଠି ହେବ ନାହିଁ:  ନେହେରା

ନୂଆଦିଲ୍ଲୀ,୨।୮(ପି.ଟି.): ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ମହେନ୍ଦ୍ର ସିଂ ଧୋନୀଙ୍କ ପାଇଁ ଚୟନର ମାପକାଠି ହୋଇପାରିବ ନାହିଁ ବୋଲି ପୂର୍ବତନ ଦ୍ରୁତ ବୋଲର ଆଶିଷ ନେହେରା କହିଛନ୍ତି। ଧୋନୀ ଟେଷ୍ଟରୁ ଅବସର ନେଇ ସାରିଛନ୍ତି ଓ ସେ ଗତବର୍ଷ ଅନୁଷ୍ଠିତ ହୋଇଥିବା ବିଶ୍ୱକପ୍‌ ପରେ କୌଣସି ସୀମିତ ଓଭର ମ୍ୟାଚ୍‌ ଖେଳିନାହାନ୍ତି। ଏବେ ତାଙ୍କ ପ୍ରତ୍ୟାବର୍ତ୍ତନ ଓ ଅବସର ନେଇ ଚର୍ଚ୍ଚା ଚାଲିଛି।
ଆସନ୍ତା ସେପ୍ଟେମ୍ବର ୧୯ ତାରିଖରୁ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ଆରମ୍ଭ ହେବାକୁ ଯାଉଥିବା ଆଇପିଏଲ୍‌ ଖେଳି ଧୋନୀ ଜାତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଅନୁମାନ କରାଯାଉଛି। ତେବେ ଏହା ତାଙ୍କ ପ୍ରତ୍ୟାବର୍ତ୍ତନ ସହିତ କୌଣସି ସମ୍ପର୍କ ରଖେ ନାହିଁ ବୋଲି ନେହେରା ସ୍ପଷ୍ଟ କରିଛନ୍ତି। କିଭଳି ନେତୃତ୍ୱ ନେବାକୁ ହୁଏ ଓ ଯୁବ ଖେଳାଳିଙ୍କୁ କିପରି ଆଗକୁ ଛାଡିବାକୁ ହୁଏ ତାହା ଧୋନୀ ଭଲ ଭାବେ ଜାଣନ୍ତି। ତାଙ୍କ ପାଖରେ ଏବେ ବି କ୍ରିକେଟ ବାକି ରହିଛି। ଯଦି ଜଣେ ଅଧିନାୟକ, କୋଚ୍‌, ଚୟନକର୍ତ୍ତା ଚାହିଁବେ ତା’ହେଲେ ଧୋନୀଙ୍କୁ ପ୍ରଥମେ ଚୟନ କରିବେ। ଯଦି ଚାହିଁବେ ଧୋନୀ ଦଳରେ ସାମିଲ ହୋଇ ପାରିବେ।  ତେଣୁ ଆଇପିଏଲ ପ୍ରଦର୍ଶନ ତାଙ୍କ ଚୟନର ମାପକାଠି ହୋଇପାରିବ ନାହିଁ ଓ ଏହା ସହିତ ତାଙ୍କ ଚୟନର କୌଣସି ଯାଏଆସ୍‌ ନାହିଁ ବୋଲି ନେହେରା କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?