Posted inଖେଳ

ଧୋନୀଙ୍କୁ ‘କିଙ୍ଗ୍‌ କଙ୍ଗ୍‌’ ଆଖ୍ୟା ଦେଲେ ରବି ଶାସ୍ତ୍ରୀ: ଜାଣନ୍ତୁ କାହିଁକି

ଆବୁଧାବି,୩।୧୦: ଯଦି ଅଧିନାୟକତ୍ୱ ଏକ କଳା, ତେବେ ଏମଏସ ଧୋନୀ ହେଉଛନ୍ତି ବରିଷ୍ଠ କଳାକାର। ଧଳା-ବଲ ଫର୍ମାଟରେ ପ୍ରକୃତରେ ସେ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଯେଉଁମାନେ ତାଙ୍କୁ ଅତି ନିକଟରୁ ଦେଖିଛନ୍ତି, ସେମାନେ ଜାଣିଛନ୍ତି ନେତୃତ୍ୱ ଦୃଷ୍ଟିରୁ ଧୋନୀଙ୍କଠାରୁ ଭଲ ବ୍ୟକ୍ତି କେହି ନାହାଁନ୍ତି ବୋଲି ଭାରତର ମୁଖ୍ୟ କୋଚ ରବି ଶାସ୍ତ୍ରୀ କହିଛନ୍ତି।
ରବି ଶାସ୍ତ୍ରୀ ଫ୍ୟାନ କୋଡ ସହିତ ଏକ ବାର୍ତ୍ତାଳାପରେ କହିଛନ୍ତି ଯେ, ସୀମିତ ଓଭର ଫର୍ମାଟରେ ଧୋନୀ ସର୍ବଶ୍ରେଷ୍ଠ। ଏହା ତାଙ୍କ ରେକର୍ଡ କହୁଛି। ଆଇସିସି ଟୁର୍ନାମେଣ୍ଟରେ ତାଙ୍କର ରେକର୍ଡ ଦେଖନ୍ତୁ। ସେ କ’ଣ ଜିତି ନ ଥିଲେ? ଆଇପିଏଲ, ଚାମ୍ପିଅନ୍ସ ଲିଗ, ସମସ୍ତ ଆଇସିସି ଟୁର୍ନାମେଣ୍ଟ, ଦୁଇଟି ବିଶ୍ୱକପ । ଯେତେବେଳେ ଧଳା ବଲ କ୍ରିକେଟ କଥା ଆସେ, ଏଠାରେ କେହି ତାଙ୍କ ନିକଟତର ନୁହଁନ୍ତି । ସେ ସର୍ବଶ୍ରେଷ୍ଠ। କିଙ୍ଗ କଙ୍ଗ, ଆପଣ ତାଙ୍କୁ ଏହିପରି ଡାକପାରନ୍ତି ବୋଲି ସେ କହିଛନ୍ତି।
କୋଚ ରବି ଶାସ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଧୋନୀଙ୍କ ଶାନ୍ତ ବ୍ୟବହାର ଏବଂ ପରିସ୍ଥିତି ନିୟନ୍ତ୍ରଣ ତାଙ୍କୁ ଅନ୍ୟମାନଙ୍କଠାରୁ ଭିନ୍ନ କରିଥାଏ। ସିଏସ୍‌କେକୁ ଦେଖି ସମସ୍ତେ ଅନୁମାନ କରିପାରିବେ। ଦଳରେ କେତେ ଶାନ୍ତି ଅଛି ଯେ ଜିନିଷଗୁଡିକ ନିୟନ୍ତ୍ରଣରେ ଅଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ମହେନ୍ଦ୍ର ସିଂ ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକତ୍ୱ ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri