Posted inଖେଳ

ଭାରତୀୟ କ୍ରିକେଟର ସ୍ବର୍ଣ୍ଣିମ ଦିନ

ନୂଆଦିଲ୍ଲୀ,୨୩।୬: ଠିକ୍‌ ୮ ବର୍ଷ ତଳେ ଅର୍ଥାତ ୨୦୧୩ ଜୁନ ୨୩ ତାରିଖରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଚାମ୍ପିୟନ୍ସ ଟ୍ରଫି। ବର୍ଷା ବାଧାପ୍ରାପ୍ତ ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡକୁ ୫ ରନ୍‌ରେ ହରାଇ ଇତିହାସ ରଚିଥିଲା ଭାରତ।

ବାରମ୍ବାର ବର୍ଷା କାରଣରୁ ୫୦ ଓଭରିଆ ମ୍ୟାଚ୍‌କୁ ଟି୨୦ ଭିତ୍ତିରେ ଖେଳାଯାଇଥିଲା। ଟସ୍‌ ଜିତି ଫିଲ୍ଡିଂ ବାଛିଥିଲା ଇଂଲଣ୍ଡ। ଟିମ୍‌ ଇଣ୍ଡିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୨୯ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ୪୩ ରନ୍‌ର ଆଖିଦୃଶିଆ ପାଳି ଖେଳିଥିଲେ ବିରାଟ କୋହଲି। ତାଙ୍କ ଇନିଂସରେ ସାମିଲ ଥିଲା ୪ ଚୌକା ଓ ଗୋଟିଏ ଛକା। ଶେଷ ଆଡ଼କୁ ରବୀନ୍ଦ୍ର ଜାଡେଜା ଧୂଆଁଦାର ୩୩ ରନ୍‌ର ପାଳି ଖେଳିଥିଲେ।

୧୩୦ ରନ୍‌ର ବିଜୟଲକ୍ଷ୍ୟର ପିଛା କରୁଥିବା ଇଂଲଣ୍ଡ ୪୬ ରନ୍‌ ମଧ୍ୟରେ ୪ ଉଇକେଟ ସଙ୍କଟରେ ପଡ଼ିଥିଲା। କିନ୍ତୁ ଇଆନ ମୋର୍ଗାନ ଓ ରବି ବୋପାରା ୫ମ ଉଇକେଟ ପାଇଁ ୬୪ ରନ୍‌ ଯୋଡ଼ିଥିଲେ। ଚାମ୍ପିୟନ୍ସ ଟ୍ରଫି ଠାରୁ ମାତ୍ର ୨୦ ରନ୍‌ ଦୂରରେ ଥିଲା ଇଂଲଣ୍ଡ। କିନ୍ତୁ ଲଗାତାର ମୋର୍ଗାନ (୩୩) ଓ ବୋପାରା (୩୦)ଙ୍କୁ ଆଉଟ୍‌ କରି ମ୍ୟାଚ୍‌ର ଫଳାଫଳ ବଦଳି ଦେଇଥିଲେ ଇଶାନ୍ତ ଶର୍ମା। ଦୁହେଁ ଆଉଟ୍‌ ହେବା ପରେ ମ୍ୟାଚ୍‌କୁ ଫେରି ପାରି ନ ଥିଲା ଇଂଲଣ୍ଡ। ଏହି ଟ୍ରଫି ସହ ଧୋନୀ କ୍ରିକେଟ ଇତିହାସର ପ୍ରଥମ ଅଧିନାୟକ ଭାବେ ଆଇସିସିର ସମସ୍ତ ଟ୍ରଫି (୫୦ ଓଭରିଆ ବିଶ୍ୱକପ୍‌, ଟି୨୦ ବିଶ୍ୱକପ୍‌ ଓ ଚାମ୍ପିୟନ୍ସ ଟ୍ରଫି) ନିଜ ନାମରେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri