Posted inଖେଳ

ଆଇପିଏଲ୍‌-୨୦୨୧ରେ ଚେନ୍ନାଇ ସୁପରକିଙ୍ଗ୍ସର ଅଧିନାୟକ ପଦ ଛାଡ଼ିବେ ଧୋନୀ !

ନୂଆଦିଲ୍ଲୀ,୧୪।୧୧: ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେବା ପରେ କେବଳ ଆଇପିଏଲ୍‌ ସହ ଜଡ଼ିତ ରହିବେ ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ। ଚଳିତ ବର୍ଷର ଆଇପିଏଲ୍‌ ଧୋନୀଙ୍କ କ୍ୟାରିୟରର ଶେଷ ଟୁର୍ନାମେଣ୍ଟ ବୋଲି ଚର୍ଚ୍ଚା ହୋଇଥିଲା। ହେଲେ ଶେଷ ଲିଗ୍‌ ମ୍ୟାଚ୍‌ରେ ପଚରାଯାଇଥିବା ଏକ ପ୍ରଶ୍ନର ଜବାବରେ ଧୋନୀ ‘ବିଲକୁଲ୍‌ ନୁହେଁ’ବୋଲି କହିଥିଲେ। ଏଣୁ ୨୦୨୧ରେ ମାହିଙ୍କୁ ପୁଣି ଦେଖିବାକୁ ମିଳିବ ବୋଲି ସ୍ପଷ୍ଟ ହୋଇଥିଲା। ହେଲେ ପୂର୍ବ ଭାରତୀୟ କୋଚ୍‌ ସଞ୍ଜୟ ବାଙ୍ଗର ଧୋନୀଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି। ଆସନ୍ତା ଆଇପିଏଲ୍‌ରେ ଧୋନୀ ସିଏସ୍‌କେ ଅଧିନାୟକ ହେବେ ନାହିଁ ବରଂ ଫାଫ୍‌ ଡୁ ପ୍ଲେସିସ ହେବେ ବୋଲି ସେ କହିଛନ୍ତି।

ଷ୍ଟାର ସ୍ପୋଟ୍ସର ଶୋ’ କ୍ରିକେଟ୍‌ କନେକ୍ଟେଡ୍‌ରେ ସଞ୍ଜୟ କହିଛନ୍ତି, ୨୦୧୧ ପରେ ଭାରତୀୟ ଟିମ୍‌ର ନେତୃତ୍ୱ ଜାରି ରଖିବା ଆବଶ୍ୟକ ବୋଲି ଧୋନୀ ଭାବିଥିଲେ। ଭାରତ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିୟା ବିପକ୍ଷରେ ଖେଳିବାକୁ ଥିଲା। ସେତେବେଳେ ଅନ୍ୟ କେହି ଦାବିଦାର ପ୍ରସ୍ତୁତ ନ ଥିଲେ। ଫଳରେ ଧୋନୀ ଏକୁଟିଆ ଅଧିନାୟକ ପଦ ସମ୍ଭାଳିଥିଲେ। ଠିକ୍‌ ସମୟରେ ବିରାଟ କୋହଲିଙ୍କୁ ଦାୟିତ୍ୱ ହସ୍ତାନ୍ତର କରି ଖେଳିବା ଜାରି ରଖିଥିଲେ। ଏଣୁ ଧୋନୀ ଆସନ୍ତା ବର୍ଷ ଚେନ୍ନାଇ ସୁପରକିଙ୍ଗ୍ସର ଅଧିନାୟକ ହେବେ ନାହିଁ। ମାତ୍ର ସେ ଖେଳାଳି ଭାବେ ଖେଳିବେ ବୋଲି ଲାଗୁଛି। ତାଙ୍କ ସ୍ଥାନରେ ଦାୟିତ୍ୱ ସମ୍ଭାଳିବାକୁ ଫାଫ୍‌ଙ୍କୁ ସେ ବାଛି ପାରନ୍ତି। ଏହାଦ୍ୱାରା ପରିବର୍ତ୍ତନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri