ଆଇପିଏଲ୍‌ରେ ନିଜ ଭବିଷ୍ୟତକୁ ନେଇ ମୁହଁ ଖୋଲିଲେ ଧୋନୀ

ମୁମ୍ବାଇ,୨।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ମହେନ୍ଦ୍ର ସିଂ ଧୋନୀ ପୁଣି ଥରେ  ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଖେଳାଯାଇଥିବା ମ୍ୟାଚରେ ସେ ଦଳର ଅଧିନାୟକ ହୋଇଥିଲେ। ଧୋନୀ ଅଧିନାୟକତ୍ୱ ଗ୍ରହଣ କରିବା ମାତ୍ରେ ଚେନ୍ନାଇ ସୁପର କିଙ୍ଗ୍ସର ଭାଗ୍ୟ ମଧ୍ୟ ଖୋଲିଥିଲା ଏବଂ ଦଳ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଜିତିଥିଲା। ମ୍ୟାଚ୍‌ର ଟସ୍‌ ସମୟରେ ଧୋନୀ ନିଜ ଆଇପିଏଲ୍‌ ଭବିଷ୍ୟତକୁ ନେଇ ଖୁଲାସା କରିଛନ୍ତି।
ଧୋନୀ ଦୀର୍ଘ ଦିନ ହେବ ସିଏସ୍‌କେ ସହିତ ଜଡିତ ଅଛନ୍ତି ଏବଂ ଟସ ସମୟରେ ସେ ସୂଚାଇ ଦେଇଥିଲେ ଯେ ସେ ଏହି ଫ୍ରାଞ୍ଚାଇଜ ସହିତ ଜଡିତ ରହିବେ। ଟସ ସମୟରେ ସମୀକ୍ଷକ ଡାନି ମୋରିସନ ଧୋନୀଙ୍କୁ ପଚାରିଥିଲେ, ଦୁଇ ବର୍ଷ ପୂର୍ବେ ପଚାରିଥିବା ପ୍ରଶ୍ନ, ମୁଁ ପୁଣି ଥରେ ପଚାରିବାକୁ ଚାହେଁ କି ଆସନ୍ତା ବର୍ଷ ମଧ୍ୟ ଆମେ ଆପଣଙ୍କୁ ହଳଦିଆ ଜର୍ସିରେ ଦେଖିବୁ କି? ଏହି ପ୍ରଶ୍ନ ଉପରେ ଧୋନୀ କହିଛନ୍ତି, ମୁଁ ଗତ ଥର ମଧ୍ୟ କହିଥିଲି ଯେ ନିଶ୍ଚିତ ଭାବରେ ଆପଣ ମୋତେ ହଳଦିଆ ଜର୍ସିରେ ଦେଖିବେ। କିନ୍ତୁ ଭୂମିକା ବିଷୟରେ ଜାଣିବା ପାଇଁ ଆପଣଙ୍କୁ ଅପେକ୍ଷା କରିବାକୁ ପଡିବ।
ଆଇପିଏଲ ଆରମ୍ଭରୁ ସିଏସକେ ଧୋନୀଙ୍କ ଉପରେ ନିର୍ଭରଶୀଳ। ଏହି ସିଜିନ୍‌ ଆରମ୍ଭ ପୂର୍ବରୁ ଧୋନୀଙ୍କ ସ୍ଥାନରେ ରବିନ୍ଦ୍ର ଜାଡେଜାଙ୍କୁ ଅଧିନାୟକତ୍ୱ ଦାୟିତ୍ୱ ଦିଆଯାଇଥିଲା। ତାଙ୍କ ନେତୃତ୍ୱରେ ଦଳ ଭଲ ପ୍ରଦର୍ଶନ କରିପାରି ନ ଥିଲା। ୮ଟି ମ୍ୟାଚ ମଧ୍ୟରୁ ମାତ୍ର ୨ଟି ଜିତିବାରେ ସଫଳ ହୋଇଥିଲା। ଦଳର ଏହି ପ୍ରଦର୍ଶନ ପରେ ଜାଡେଜା ଅଧିନାୟକତ୍ୱରୁ ଇସ୍ତଫା ଦେଇଥିଲେ। ପୁଣିଥରେ ସିଏସ୍‌କେର ଦାୟିତ୍ୱ ଧୋନୀଙ୍କ ହାତକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?