କାହିଁକି ଅଧିନାୟକ ପଦ ଛାଡିଲେ ଜାଡେଜା, ଧୋନୀ କଲେ ଖୁଲାସା

ମୁମ୍ବାଇ,୨।୫:ଆଇପିଏଲ ୨୦୨୨ର ୪୬ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ୧୩ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବିଜୟ ହାସଲ କରିଛି। ମହେନ୍ଦ୍ର ସିଂ ଧୋନୀଙ୍କ ଅଧିନାୟକତ୍ୱରେ ଏହି ସିଜିନରେ ଚେନ୍ନାଇର ପ୍ରଥମ ଏବଂ ତୃତୀୟ ସାମଗ୍ରିକ ବିଜୟ ଥିଲା। ମ୍ୟାଚ୍‌ ପରେ ରବିନ୍ଦ୍ର ଜାଡେଜାଙ୍କୁ ନେଇ ଏକ ବଡ଼ ଖୁଲାସା କରିଛନ୍ତି ଧୋନୀ । ସେ କହିଛନ୍ତି, ସେ କିଛି ଅଲଗା କରିନାହାଁନ୍ତି, କାରଣ ଅଧିନାୟକ ବଦଳାଇବା ଅର୍ଥ ପରିବର୍ତ୍ତନ ଜରୁରୀ ନୁହେଁ। ଆମର ସ୍କୋର ଭଲ ଥିଲା ଏବଂ ବୋଲରମାନେ ମଧ୍ୟ ଭଲ ପ୍ରଦର୍ଶନ କରିଥିଲେ। ବିଶେଷକରି ସପ୍ତମ ଏବଂ ୧୪ ତମ ଓଭର ମଧ୍ୟରେ ସ୍ପିନରଙ୍କ ପ୍ରଦର୍ଶନ ବହୁତ ଭଲ ଥିଲା, ଯାହା ବିଜୟର ଚାବି ବୋଲି ପ୍ରମାଣିତ କରିଥିଲା।
ରବିନ୍ଦ୍ର ଜାଡେଜା ଅଧିନାୟକତ୍ୱ ଛାଡିବା ପ୍ରଶ୍ନରେ ସେ କହିଛନ୍ତି, ଜାଡେଜା ଗତ ସିଜନରେ ଜାଣିଥିଲେ ସେ ଏହି ସିଜିନ୍‌ରେ ଅଧିନାୟକ ହେବେ। ପ୍ରଥମ ଦୁଇଟି ମ୍ୟାଚରେ ମୁଁ ତାଙ୍କୁ ମଧ୍ୟ ସାହାଯ୍ୟ କଲି, କିନ୍ତୁ ପରେ ସେ ମୋତେ ଅଧିନାୟକ ଭାବେ ନିଷ୍ପତ୍ତି ନେବାକୁ କହିଥିଲେ। ମୁଁ ତାଙ୍କୁ କହିଲି ଯେ ବର୍ତ୍ତମାନ ସେ ଅଧିନାୟକ ଏବଂ ତାଙ୍କୁ ନିଷ୍ପତ୍ତି ନେବାକୁ ପଡିବ ଏବଂ ତାଙ୍କର ଏହା ଦାୟିତ୍ୱ ମଧ୍ୟ। ଅଧିନାୟକ ହେବା ପରେ ଆଶା ବହୁତ ବଢିଥାଏ, ଯାହା ଖେଳାଳିଙ୍କ ପ୍ରଦର୍ଶନ ଉପରେ ପ୍ରଭାବ ପକାଇପାରେ। ତାଙ୍କ ସହିତ ତାହା ହିଁ ଘଟିଲା। ତାଙ୍କର ପ୍ରସ୍ତୁତି ପ୍ରଭାବିତ ହୋଇଥିଲା। ସେ ପୂର୍ବ ପରି ବ୍ୟାଟ ଏବଂ ବଲ ସହିତ ଖେଳିବାରେ ସକ୍ଷମ ହୋଇ ନ ଥିଲେ। ଯଦି ଆପଣ ଅଧିନାୟକତ୍ୱ ଛାଡି ବ୍ୟାଟିଂ, ବୋଲିଂ ଏବଂ ଫିଲ୍ଡିଂରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରନ୍ତି। ତେବେ ଏହା ମୋ ପାଇଁ ଭଲ ଅଟେ।
ଚଳିତ ଆଇପିଏଲର ଅଧାରୁ ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ପଦ ଛାଡିଥିଲେ ରବୀନ୍ଦ୍ର ଜାଡେଜା। ଆଇପିଏଲ ଆରମ୍ଭ ହେବାର ଦୁଇ ଦିନ ପୂର୍ବରୁ ମହେନ୍ଦ୍ର ସିଂହ ଧୋନୀ ଜାଡେଜାଙ୍କୁ ଚେନ୍ନାଇର ଦାୟିତ୍ୱ ହେଲେ। ହେଲେ ସିଜିନରେ ଜାଡେଜା ଆଦୌ ଭଲ ପ୍ରଦର୍ଶନ କରିପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri