Posted inଖେଳ

ଭୋ ଭୋ ହୋଇ କାନ୍ଦିଥିଲେ ଧୋନୀ

ଭାରତକୁ ଦୁଇ ଦୁଇଥର ବିଶ୍ୱକପ୍‌ ବିଜୟୀ କରାଇଥିବା ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶେଷରେ ଅବସର ନେଇଛନ୍ତି। ଅଗଷ୍ଟ ୧୫ ଦିନ ସନ୍ଧ୍ୟା ୭.୨୦ରେ ସନ୍ନ୍ୟାସ ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଏହାର କିଛି ସମୟ ପରେ ଭାରତୀୟ ଦଳର ଅନ୍ୟତମ ଖେଳାଳି ସୁରେଶ ରାଇନା ମଧ୍ୟ ଅବସର ଘୋଷଣା କରିଥିଲେ। ଉଭୟ ଏକାଠି ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ଖେଳୁଥିବାରୁ ସନ୍ନ୍ୟାସ ଘୋଷଣା ପରେ ପରସ୍ପରକୁ ଆଲିଙ୍ଗନ କରିଥିଲେ। ପରେ ଧୋନୀ ଭୋ ଭୋ ହୋଇ କାନ୍ଦିଥିଲେ ବୋଲି ଜଣାପଡିଛି। ସେଦିନ ରାତିରେ ପାର୍ଟି ମଧ୍ୟ କରିଥିଲେ। ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ଏକ ଭିଡିଓ ଶେୟାର କରାଯାଇଥିଲା। ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ମଧ୍ୟ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି କହିଛନ୍ତି, ଜାଣିଛି ଅଲବିଦା କହିବାବେଳେ ନିଜ ଲୁହକୁ ଚାପି ରଖିଥିବ ନିଶ୍ଚୟ। ସୂଚନାଯୋଗ୍ୟ, ଧୋନୀ ଅବସର ପରେ ମଧ୍ୟ ଚେନ୍ନାଇ ପାଇଁ ଆଇପିଏଲ୍‌ ଖେଳିବା ଜାରି ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

୪ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ବିଏସ୍‌ଏଫ୍‌

ନୂଆଦିଲ୍ଲୀ,୨୫ା୧୦: ଗୁଜରାଟର କଚ୍ଛ ଜିଲାର ସମ୍ବେଦନଶୀଳ ସିର୍‌ କ୍ରିକ ଅଞ୍ଚଳରେ ବେଆଇନ ଭାବେ ଭାରତୀୟ ଜଳସୀମାରେ ପ୍ରବେଶ କରିଥିବା ଅଭିଯୋଗରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ୪ଜଣ ପାକିସ୍ତାନୀ…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?