Posted inଖେଳ

କେବଳ ଧୋନୀ ନୁହେଁ, ଏହି ପ୍ରସିଦ୍ଧ କ୍ରିକେଟରମାନେ ଖେଳି ନ ଥିଲେ ବିଦାୟକାଳୀନ ମ୍ୟାଚ୍‌

ପ୍ରାୟ ଏକ ବର୍ଷ ଧରି କ୍ରିକେଟ ଠାରୁ ଦୂରେଇ ରହିଥିବା ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଏମଏସ ଧୋନୀ ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ଧୋନୀଙ୍କ ଅବସର ଘୋଷଣା ପରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କହିଛନ୍ତି ଯେ, ମାହିଙ୍କ ପାଇଁ ବିଦାୟ ମ୍ୟାଚ ରାଞ୍ଚିରେ ଅନୁଷ୍ଠିତ ହେବା ଉଚିତ। ଏଥିପାଇଁ ସେ ବିସିସିଆଇକୁ ନିବେଦନ କରି ଏକ ଚିଠି ଲେଖିଛନ୍ତି। ଗତ ବର୍ଷ ଜୁଲାଇରେ ବିଶ୍ୱକପ ସେମିଫାଇନାଲରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଏମଏସ ଧୋନୀ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଧୋନୀଙ୍କ ବ୍ୟତୀତ ଅନେକ ବଡ଼ ଖେଳାଳି ଅଛନ୍ତି, ଯେଉଁମାନେ ବିଦାୟ ମ୍ୟାଚ ପାଇନାହାଁନ୍ତି ।
ସୁରେଶ ରାଇନା: ଏମଏସ ଧୋନୀଙ୍କ ଅବସର ଘୋଷଣା ହେବାର କିଛି ସମୟ ପରେ ସୁରେଶ ରାଇନା ମଧ୍ୟ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ରାଇନା ୨୦୧୮ ରେ ଲିଡ୍ସରେ ଇଂଲଣ୍ଡ ବିପକ୍ଷରେ ଭାରତର ଶେଷ ଏକଦିବସୀୟ ଏବଂ ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ।
ବୀରେନ୍ଦ୍ର ସେହ୍ବାଗ: ଟେଷ୍ଟ କ୍ରିକେଟରେ ତ୍ରିଶତକ ହାସଲ କରିଥିବା ବୀରେନ୍ଦ୍ର ସେହ୍ବାଗ ୨୦୧୩ ମାର୍ଚ୍ଚରେ ହାଇଦ୍ରାବାଦରେ ତାଙ୍କର ଶେଷ ଟେଷ୍ଟ ମ୍ୟାଚ ଖେଳିଥିଲେ ଏବଂ ଦୁଇ ବର୍ଷ ପରେ ଜନ୍ମଦିନ ଅବସରରେ ସେ ୨୦୧୫ରେ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଥିଲେ। ୧୦୫ଟେଷ୍ଟ ମ୍ୟାଚରେ ୮ ହଜାର ୫୮୬ ରନ ସ୍କୋର କରିଥିବା ସେହ୍ବାଗ ବିଦାୟ ମ୍ୟାଚ ଖେଳିବାର ସୁଯୋଗ ପାଇପାରି ନ ଥିଲେ।
ଜାହିର ଖାନ:୨୦୧୧ ରେ ଭାରତକୁ ବିଶ୍ୱ ବିଜେତା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଭାରତୀୟ ବୋଲର ଜାହିର ଖାନଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ ୨୦୧୪ରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଖେଳିଥିଲେ। ଏହା ପରେ ସେ ୧୫ ଅକ୍ଟୋବର ୨୦୧୫ ରେ କ୍ରିକେଟରୁ ଅବସର ନେଇଥିଲେ।
ଗୌତମ ଗମ୍ଭୀର: ୨୦୧୬ରେ ରାଜକୋଟରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ ଭାରତୀୟ ଓପନର୍‌ ଗୌତମ ଗମ୍ଭୀରଙ୍କ ପାଇଁ ତାଙ୍କର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଥିଲା। ସେହି ମ୍ୟାଚ ପରେ ଗମ୍ଭୀରଙ୍କୁ ଦଳରେ ସୁଯୋଗ ମିଳି ନ ଥିଲା ଏବଂ ତା’ପରେ ୨୦୧୮ରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇ ରାଜନୀତିରେ ପ୍ରବେଶ କରିଥିଲେ।
ଯୁବରାଜ ସିଂ: ଭାରତର ଦୁଇଟି ବିଶ୍ୱକପ ବିଜୟର ଗୁରୁତ୍ୱପୂର୍ଣ୍ଣ ଅଂଶ ଥିବା ଯୁବରାଜ ସିଂ ୪୦ଟି ଟେଷ୍ଟ, ୩୦୪ଟି ଏକଦିବସୀୟ ଏବଂ୫୮ ଟି -୨୦ ମ୍ୟାଚରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ୩୮ ବର୍ଷୀୟ ଯୁବରାଜ ତାଙ୍କର ଶେଷ ଅନ୍ତର୍ଜାତୀୟ ଟି -୨୦ ମ୍ୟାଚ ଫେବୃଆରୀ ୨୦୧୭ରେ ଖେଳିଥିଲେ ଏବଂ ଏହା ପରେ ସେ ଗତ ବର୍ଷ ଜୁନରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ।
ଇରଫାନ ପଠାନ: ୨ ଅକ୍ଟୋବର୨୦୧୨ ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଟି -୨୦ ମ୍ୟାଚ ଭାରତୀୟ ଅଲରାଉଣ୍ଡର ଇରଫାନ ପଠାନଙ୍କ କ୍ୟାରିୟରର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଥିଲା। ଏହା ପରେ ପଠାନ ଦଳକୁ ଫେରି ନ ଥିଲେ। ଚଳିତ ବର୍ଷ ଜାନୁଆରୀରେ ସେ ଅନ୍ତର୍ଜାତୀୟ କ୍ରିକେଟ ପାଇଁ ବିଦାୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri