Posted inଖେଳ

ଧୋନୀ ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ନିଜେ କଲେ ଖୁଲାସା

ବାଙ୍ଗାଲୁରୁ,୨୮।୧୦: ପୂର୍ବ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବା ନିଷ୍ପତ୍ତି ନେଇ ପ୍ରଶଂସକଙ୍କୁ ଚମକାଇଥିଲେ। ୨୦୧୯ ବିଶ୍ୱକପ୍‌ ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ଭାରତ ପରାଜିତ ହୋଇଥିଲା। ଏହାପରେ ସେ ସନ୍ନ୍ୟାସ ନେବାର ସମୟ ଆସିଯାଇଥିବା ଅନୁଭବ କରିଥିଲେ। ଦୀର୍ଘ ୧୩ ମାସ ଧରି କ୍ରିକେଟଠାରୁ ଦୂରରେ ରହିବା ପରେ ୨୦୨୦ ଅଗଷ୍ଟ ୧୫ରେ ସନ୍ନ୍ୟାସ ଘୋଷଣା କରିଥିଲେ ବୋଲି ଧୋନୀ କହିଛନ୍ତି।

ବାଙ୍ଗାଲୋରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଧୋନୀ କହିଛନ୍ତି, ‘ଭାରତ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିଲା। ତାହା ଭାରତ ଲାଗି ତାଙ୍କର ଅନ୍ତିମ ମ୍ୟାଚ୍‌ ଥିଲା ବୋଲି ସେ ନିଷ୍ପତ୍ତି ନେଇଥିଲେ। କାରଣ କୌଣସି ଜିତିବା ମ୍ୟାଚ୍‌ ହାରିଗଲେ ଭାବନାକୁ ନିୟନ୍ତ୍ରଣ କରିବା କଷ୍ଟକର ହୋଇଯାଏ। ତାଙ୍କ ପାଇଁ ଉକ୍ତ ଦିନ ଅନ୍ତିମ ଦିନ ଥିଲା। ଏହାର ୧ ବର୍ଷ ପରେ ସେ ସନ୍ନ୍ୟାସ ନେଇଥିଲେ ସତ ହେଲେ ଉକ୍ତ ଦିନ ହିଁ ସେବାନିବୃତ ହୋଇଥିଲେ।’

ପ୍ରକାଶ ଯେ, ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ ହେଁ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସ ଲାଗି ଜଣେ ସକ୍ରିୟ ଖେଳାଳି ଭାବେ ଦାୟିତ୍ୱ ତୁଲାଉଛନ୍ତି। ୨୦୨୩ରେ ସେ ନିଜ ଦଳକୁ ୫ମ ଟାଇଟଲ ଦେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri