Posted inଖେଳ

ଚଳିତବର୍ଷ ଭାରତୀୟ ଖେଳ ଜଗତରେ ସର୍ବାଧିକ ପସନ୍ଦର ଟୁଇଟ୍‌: ଜାଣନ୍ତୁ କେଉଁ ଖେଳାଳି କରିଥିଲେ ଏହି ଟୁଇଟ୍‌

ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆରେ ବେଶୀ ସକ୍ରିୟ ନ ଥାନ୍ତି। ସେ ତାଙ୍କର ଅଫିସିଆଲ ସୋସିଆଲ ମିଡିଆ ଆକାଉଣ୍ଟରେ ଫଟୋ କିମ୍ବା ମେସେଜ ପୋଷ୍ଟ କରିବାର ଦୀର୍ଘ ସମୟ ହେଲାଣି। ସୋସିଆଲ ମିଡିଆରେ ସକ୍ରିୟ ନ ଥିଲେ ମଧ୍ୟ ଧୋନୀଙ୍କ ଲୋକପ୍ରିୟତା ହ୍ରାସ ପାଇନାହିଁ। ଭେଟେରାନ ଉଇକେଟକିପର-ବ୍ୟାଟ୍ସମ୍ୟାନ ସମଗ୍ର ବିଶ୍ୱରେ ଲୋକପ୍ରିୟତା ହାସଲ କରିଛନ୍ତି। ଇନଷ୍ଟାଗ୍ରାମରେ ତାଙ୍କର ୩୦.୧ ନିୟୁତ ଏବଂ ଟୁଇଟରରେ ୮.୧ ନିୟୁତ ଅନୁଗାମୀ ଅଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ତାଙ୍କର ଗୋଟିଏ ପୋଷ୍ଟକୁ ଅଧିକ ପସନ୍ଦ କରାଯାଇଥିଲା।
ଟୁଇଟର ଇଣ୍ଡିଆ ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧୋନୀ ଧନ୍ୟବାଦ ଜଣାଇଥିବା ଟୁଇଟ୍‌ ଚଳିତବର୍ଷ ଭାରତୀୟ କ୍ରୀଡ଼ା ଜଗତରେ ସର୍ବାଧିକ ରିଟୁଇଟ ହୋଇଛି। ଏହାକୁ ୭୩.୫୦୦ ଥର ରିଟୁଇଟ୍‌ କରାଯାଇଥିଲା। ସୂଚନାଯୋଗ୍ୟ, ମହେନ୍ଦ୍ର ସିଂ ଧୋନୀଙ୍କ ଅବସର ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏକ ଚିଠି ଲେଖିଥିଲେ। ଧୋନୀ ଟୁଇଟ କରି ତାଙ୍କୁ ଧନ୍ୟବାଦ୍‌ ଦେଇଥିଲେ। ଧୋନୀ ଚଳିତ ବର୍ଷ ଅଗଷ୍ଟ ୧୫ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ନେଇଥିଲେ। ଅବସର ପରେ ଆଇପିଏଲ ୨୦୨୦ରେ ଖେଳିଥିଲେ। ତେବେ ସେ ଚଳିତ ବର୍ଷ ପ୍ଲେ ଅଫରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପହଞ୍ଚାଇ ପାରି ନ ଥିଲେ। ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ଏହା ଘଟିଥିଲା।

https://twitter.com/msdhoni/status/1296362680580636672


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri