Posted inଖେଳ

ଆଇପିଏଲ୍‌ ପ୍ରସ୍ତୁତି ଆରମ୍ଭ କଲେ ଧୋନୀ, ଛକା ମାରୁଥିବା ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୩୧।୧: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୩ ଲାଗି କାଉଣ୍ଟଡାଉନ୍‌ ଆରମ୍ଭ ହୋଇ ସାରିଛି। ଡିସେମ୍ବରରେ ହୋଇଥିବା ମିନି ଅକ୍ସନ ପରେ ସମସ୍ତ ଟିମ୍‌ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି କ୍ରମରେ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ଏକ ଭିଡିଓ ଭାଇରାଲ ହେଉଛି।

ଆଇପିଏଲ୍‌ ୨୦୨୩ ଧୋନୀଙ୍କ ଅନ୍ତିମ ଟୁର୍ନାମେଣ୍ଟ ହେବ ବୋଲି କୁହାଯାଉଥିବା ବେଳେ ସେ ନିଜର ଅଭ୍ୟାସ ଆରମ୍ଭ କରିଛନ୍ତି। ତାଙ୍କର ଏକ ଭିଡିଓ ବେଶ ଭାଇରାଲ ହେଉଛି। ଭିଡିଓରେ ସେ ସ୍ପିନ୍‌ ବୋଲିଂକୁ ଖେଳି ଛକା ମାରୁଥିବା ଦେଖାଯାଉଛି।

୧୫ ଅଗଷ୍ଟଠ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟରୁ ସବୁଦିନ ଲାଗି ବିଦାୟ ନେଇଥିଲେ ଧୋନୀ। ସେବେଠାରୁ ତାଙ୍କୁ କେବଳ ଆଇପିଏଲ୍‌ରେ ଖେଳୁଥିବା ଦେଖାଯାଉଛି। ଏହି କାରଣରୁ ପ୍ରଶଂସକମାନେ ଆଇପିଏଲ୍‌ ଦେଖିବାକୁ ଉତ୍ସାହର ସହକାରେ ଅପେକ୍ଷା କରି ରହିଥାନ୍ତି।

ନିକଟରେ ଭାରତୀୟ ଟିମ୍‌ ରାଞ୍ଚିରେ ମ୍ୟାଚ୍‌ ଖେଳିବାକୁ ଯାଇଥିବା ବେଳେ ଧୋନୀଙ୍କୁ ସେଠାରେ ଦେଖାଯାଇଥିଲା। ସ୍ତ୍ରୀଙ୍କ ସହ ସେ ପହଞ୍ଚିଥିଲେ। ପରେ ସେ ଖେଳାଳିମାନଙ୍କୁ ଡିନର୍‌ ପାର୍ଟି ଲାଗି ଆମନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?