Posted inଖେଳ

ନୂଆ ଲୁକ୍‌ରେ ଧୋନୀ: ପ୍ରଶଂସକ ଖୋଜୁଛନ୍ତି କାରଣ…

ନୂଆଦିଲ୍ଲୀ,୨୦।୮: ଲମ୍ବା କେଶ ହେଉ କି ସାଧୁ ବେଶ, ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ତାଙ୍କର ମେକ୍‌ଓଭରକୁ ନେଇ ଜଣାଶୁଣା। ଆଇପିଏଲ୍‌ର ଆଧିକାରିକ ପ୍ରସାରଣକର୍ତ୍ତା ଷ୍ଟାର ସ୍ପୋଟ୍ସ ଗୁରୁବାର ଧୋନୀଙ୍କ ଏକ ନୂଆ ଫଟୋ ପୋଷ୍ଟ କରିଛନ୍ତି, ଯାହାକି ବେଶ ଭାଇରାଲ ହେବାରେ ଲାଗିଛି। କାରଣ ଏଥିରେ ଧୋନୀଙ୍କୁ ନୂଆ ଲୁକ୍‌ରେ ଦେଖିବାକୁ ମିଳିଛି। ଫଟୋ ଶେୟାର କରି ଷ୍ଟାର ସ୍ପୋଟ୍ସ କହିଛି, ଆଇପିଏଲ୍‌ ପୂର୍ବରୁ ଧୋନୀ କିଛି ନୂଆ କରିଛନ୍ତି। ଅସଲ ଫିଲ୍ମ ପାଇଁ ଆମ ସହ ରୁହନ୍ତୁ। ତେବେ ଆଇପିଏଲ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟର ବିଜ୍ଞାପନ ପାଇଁ ଧୋନୀ ଏହି ଲୁକ୍‌ରେ ନଜର ଆସୁଥିବା କୁହାଯାଉଛି।

କହିରଖୁଛୁ, ୧୯ ସେପ୍ଟେମ୍ବରରୁ ୟୁଏଇରୁ ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ। ଏହାପୂର୍ବରୁ ଦଳ ୟୁଏଇରେ ପହଞ୍ଚିସାରିଛି। ସେହିଭଳି ଅନ୍ୟ ଖେଳାଳିମାନେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ ଶେଷ ହେବା ପରେ ସାଥୀ ଖେଳାଳିଙ୍କୁ ଯୋଗଦେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri