ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଗତ ଶନିବାର ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ଏହି ଅବସରରେ ବହୁ ବଡ ବଡ ବ୍ୟକ୍ତି ବିଶେଷ ତାଙ୍କ କ୍ୟାରିୟରକୁ ନେଇ ଧୋନୀଙ୍କୁ ଖୁବ୍‌ ପ୍ରଶଂସା କରିଛନ୍ତି। ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପତ୍ର ଲେଖି ଧୋନୀଙ୍କ ପ୍ରଶଂସା କରିଛନ୍ତି। ଏହାପରେ ଧୋନୀ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଲେଖିଛନ୍ତି, ଜଣେ କଳାକାର, ସେନା ଓ ଖେଳାଳି ସବୁବେଳେ ପ୍ରଶଂସା ଚାହିଁଥାଏ। ସେ ଚାହିଁଥାଆନ୍ତି ତାଙ୍କ ପରିଶ୍ରମ ଓ ବଳିଦାନକୁ ସମସ୍ତେ ଚିହ୍ନନ୍ତୁ। ପ୍ରଶଂସା ଓ ଶୁଭକାମନା ପାଇଁ ଆପଣଙ୍କୁ ଧନ୍ୟବାଦ। ମୋଦି ତାଙ୍କ ପତ୍ରରେ ଧୋନୀଙ୍କ ଉଦ୍ଦେଶ୍ୟରେ ଲେଖିଥିଲେ, ଆପଣଙ୍କ ନିକଟରେ ନୂଆ ଭାରତର ଆତ୍ମା ଦେଖାଯାଉଛି। ୧୫ ଅଗଷ୍ଟ ଆପଣଙ୍କ ହିସାବରେ ଆପଣ ଏକ ଛୋଟ ଭିଡିଓ ଶେୟାର କରିଥିଲେ। ଯାହା ସାରା ଭାରତ ପାଇଁ ଏକ ଲମ୍ବା ଆଲୋଚନା ପାଲଟି ଯାଇଥିଲା। ୧୩୦ କୋଟି ଭାରତୀୟ ନିରାଶ ହୋଇଛନ୍ତି ସତ ହେଲେ ଗତ ଦେଢ ଦଶକ ମଧ୍ୟରେ ଆପଣ ଯାହା ଛାଡି ଯାଇଛନ୍ତି ଭାରତ ଏଥିପାଇଁ ଆପଣଙ୍କ ନିକଟରେ ଋଣି। ଆପଣ ଭାରତୀୟ କ୍ରିକେଟର ସବୁଠାରୁ ସଫଳ କ୍ୟାପଟେନଙ୍କ ମଧ୍ୟରେ ସାମିଲ ହୋଇଛନ୍ତି। ଭାରତକୁ ବିଶ୍ୱ ଦରବାରରେ ପରିଚିତ କରିବାରେ ଆପଣଙ୍କର ମହତ୍ୱପୂର୍ଣ୍ଣ ଭୂମିକା ରହିଛି। କ୍ରିକେଟ ଇତିହାସରେ ଧୋନୀଙ୍କ ନାଁ ସର୍ବଶ୍ରେଷ୍ଠ ବ୍ୟାଟସ୍‌ ମ୍ୟାନ, କ୍ୟାପଟେନ ଓ ନିଃସନ୍ଦେହରେ ସର୍ବଶ୍ରେଷ୍ଠ ଓ୍ବିକେଟ କିପର ତାଲିକାରେ ଆସିବ ବୋଲି ମୋଦି ଲେଖିଛନ୍ତି। ଦଳର ସଙ୍କଟ ସମୟରେ ଧୋନୀଙ୍କ ଖେଳିବାର ଷ୍ଟାଇଲକୁ ମୋଦି ପ୍ରଶଂସା କରିଛନ୍ତି। ବିଶେଷ ଭାବେ ୨୦୧୧ ଓ୍ବାଲର୍ଡ କପ୍‌ ଫାଇନାଲ ବର୍ଷ ବର୍ଷ ଧରି କ୍ରିକେଟ ପ୍ରେମୀଙ୍କ ହୃଦୟରେ ବସାବାନ୍ଧି ରହିବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?