Posted inଖେଳ

IPL ୨୦୨୭ରେ ଖେଳିବେ କି ନାହିଁ ଧୋନୀ? ଶେଷରେ ଦେଲେ ବଡ଼ ବୟାନ, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ, ୨୫।୧୦: IPL ୨୦୨୭ରେ ଖେଳିବେ କି ନାହିଁ ଏମଏସ ଧୋନୀ? ନିଜେ ନେଇପାରୁନାହାନ୍ତି ନିଷ୍ପତ୍ତି। ଧୋନୀ କହିଛନ୍ତି ଯେ ଡିସେମ୍ବର ମାସ ପୂର୍ବରୁ ସେ ନିଜ ଭବିଷ୍ୟତକୁ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନେବେ। ମନେ ପକାଇଦେଉଛୁ ଯେ, ଆଘାତ ଲାଗିବା କାରଣରୁ CSKର ପୂର୍ବତନ ଅଧିନାୟକ ଗତ ସିଜିନରେ ଗୋଟିଏ ବି ମ୍ୟାଚ ଖେଳିପାରି ନଥିଲେ। ଏହା ପରେ ଧୋନିଙ୍କ IPLରୁ ଅବସର ନେବା ନେଇ ଲଗାତାର ଚର୍ଚ୍ଚା ଜୋର ଧରିଛି।

ନିକଟରେ ଏମଏସ ଧୋନୀ ବେଙ୍ଗାଲୁରୁରେ ପହଞ୍ଚିଥିଲେ। ସେଠାରେ ସେ ଏକ ହେଲ୍ଥକେୟାର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କୁ IPLରେ ନିଜ ଭବିଷ୍ୟତକୁ ନେଇ ପ୍ରଶ୍ନ କରାଯାଇଥିଲା। ଧୋନୀ କହିଥିଲେ ଯେ ପ୍ରଥମେ ତାଙ୍କୁ ଡାକ୍ତରୀ ପରୀକ୍ଷା କରାଇବାକୁ ପଡ଼ିବ। ଏହା ପରେ ରିପୋର୍ଟକୁ ଅପେକ୍ଷା କରିବେ ଏବଂ ତା’ପରେ ହିଁ ଆଗାମୀ ସିଜିନରେ ଖେଳିବେ କି ନାହିଁ, ସେନେଇ ଚୂଡ଼ାନ୍ତ ନିଷ୍ପତ୍ତି ନେବେ।

ଧୋନୀ କହିଛନ୍ତି, ମୋତେ ପ୍ରଥମେ ଡାକ୍ତରୀ ପରୀକ୍ଷା କରାଇବାକୁ ପଡ଼ିବ। ଡାକ୍ତରମାନେ ମୋତେ ରିପୋର୍ଟ ଦେବେ। ଏହା ପରେ ଡିସେମ୍ବର ପୂର୍ବରୁ ମୋତେ ନିଷ୍ପତ୍ତି ନେବାକୁ ହେବ ଯେ ମୁଁ ଆଉ ଏକ ସିଜିନ ଖେଳିବା ସ୍ଥିତିରେ ଅଛି କି ନାହିଁ। ଆଗାମୀ ସିଜିନ ପୂର୍ବରୁ ଜାହିର ଖାନ୍‌ଙ୍କ ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ ପ୍ରଶିକ୍ଷକ ଭାବେ ଚୟନ କରାଯାଇଛି। ରିପୋର୍ଟ ଅନୁଯାୟୀ, ଜାହିର ଖାନ୍‌ଙ୍କ ନିଯୁକ୍ତିରେ ଧୋନୀଙ୍କର ମଧ୍ୟ ବଡ଼ ଭୂମିକା ରହିଛି। ଏହା ବ୍ୟତୀତ ଧୋନୀ ଆଗାମୀ ସିଜିନରେ ଖେଳାଳି ଭାବେ ଖେଳନ୍ତୁ କିମ୍ବା ନ ଖେଳନ୍ତୁ, ନିଲାମ ପ୍ରକ୍ରିୟା ଏବଂ ଆଗାମୀ ସିଜିନ୍ର ରଣନୀତି ପ୍ରସ୍ତୁତିରେ ତାଙ୍କର ବଡ଼ ଯୋଗଦାନ ରହିପାରେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ନଭେମ୍ବର ୨ରେ ଗଜକେଶରୀ ଯୋଗ: ବଢିବ ୪ ରାଶିର ଧନ, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ନୂଆଦିଲ୍ଲୀ, ୨୫।୧୦: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୨ ତାରିଖ ସକାଳେ ଚନ୍ଦ୍ରମା କର୍କଟ ରାଶିରୁ ବାହାରି ସିଂହ ରାଶିରେ ପ୍ରବେଶ କରିବେ। ସିଂହ ରାଶିରେ ପୂର୍ବରୁ…

ହାରୁଥିବା ମ୍ୟାଚକୁ ଜିତାଇବା ପରେ ତିଳକ ବର୍ମାଙ୍କ ବଡ଼ ବୟାନ, ଖୁଲାସା କରି କହିଲେ- NZ ବିପକ୍ଷରେ ଆମର ଏମିତି ଥିଲା ପ୍ଲାନ୍‌

ନୂଆଦିଲ୍ଲୀ, ୨୫।୧୦: ଚେଜ କରିବା ସମୟରେ ୨୬ଟି ବଲରେ ୬ଟି ଚୌକା ଓ ୧ଟି ଛକା ସହ ଅପରାଜିତ ୫୧ ରନର ମ୍ୟାଚ ବିଜୟୀ ପାଳି ଖେଳିଥିଲେ…

ନମନ ଧୀର ଆସିବା ପରେ ଟିମ ଇଣ୍ଡିଆରୁ ବାଦ ପଡ଼ିପାରନ୍ତି ଏହି ୩ ଷ୍ଟାର୍‌ ଖେଳାଳି, ନାଁ ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୨୫।୧୦: ଟିମ ଇଣ୍ଡିଆକୁ ଏମିତି ଜଣେ ଫିନିଶର ମିଳିଯାଇଛନ୍ତି, ଯିଏ ଶେଷ ଓଭରଗୁଡ଼ିକରେ ନିଜ ଦମରେ ମ୍ୟାଚର ମୋଡ଼ ବଦଳାଇ ପାରିବେ। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ…

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?