Posted inଖେଳ

୧୪ ମାସ ପରେ ମଇଦାନକୁ ଓହ୍ଲାଇବେ ଧୋନୀ: ପ୍ରଥମ ମ୍ୟାଚ୍‌ରେ ଭାଙ୍ଗିପାରନ୍ତି ଡିଭିଲିୟର୍ସଙ୍କ ଏହି ରେକର୍ଡ

ନୂଆଦିଲ୍ଲୀ,୧୮।୯: ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୩ତମ ସଂସ୍କରଣ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ)ର ମୁକାବିଲା ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ସହ ହେବ। ଦୀର୍ଘ ୧୪ ମାସ ପରେ ଭାରତୀୟ ପୂର୍ବ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ପଡ଼ିଆକୁ ଓହ୍ଲାଉଥିବାରୁ ସମସ୍ତଙ୍କ ନଜର ଏହି ମୁକାବିଲା ଉପରେ ରହିଛି। ଧୋନୀ ଶେଷଥର ପାଇଁ ୨୦୧୯ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ ଖେଳିଥିଲେ। ଏହାପରେ ଅଗଷ୍ଟ ମାସରେ ସେ ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ନେଇସାରିଛନ୍ତି।

ଆଇପିଏଲ୍‌ ପ୍ରଥମ ମ୍ୟାଚ୍‌ରେ ଧୋନୀ ପଡ଼ିଆକୁ ଓହ୍ଲାଇବା ବେଳେ ତାଙ୍କ ସମ୍ମୁଖରେ ଆର୍‌ସିବି ଖେଳାଳି ଏବି ଡିଭିଲିୟର୍ସଙ୍କ ରେକର୍ଡ ଭାଙ୍ଗିବାର ସୁଯୋଗ ରହିବ। ଧୋନୀ ଆଇପିଏଲ୍‌ରେ ସବୁଠାରୁ ଅଧିକ ଛକ୍କା ମାରିଥିବା ଭାରତୀୟ ଖେଳାଳି। ତାଙ୍କ ଆଗରେ ରହିଛନ୍ତି ଓ୍ବେଷ୍ଟଇଣ୍ଡିଜର କ୍ରିସ ଗେଲ ଏବଂ ଡିଭିଲିୟର୍ସ। ଡିଭିଲିୟର୍ସ ଏଯାବତ ୨୧୨ ଛକ୍କା ମାରିଛନ୍ତି। ଅପରପକ୍ଷେ ଧୋନୀ ୨୦୯ ଛକ୍କା ମାରିଛନ୍ତି। ଏଭଳି ସ୍ଥିତିରେ ଏମ୍‌ଆଇ ବିପକ୍ଷରେ ସେ ଯଦି ଆଉ ୪ଟି ଛକ୍କା ମାରନ୍ତି ତେବେ ଡିଭିଲିୟର୍ସଙ୍କୁ ପଛରେ ପକାଇବେ। ତେବେ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବ ପାଇଁ ଖେଳୁଥିବା କ୍ରିସ୍‌ ଗେଲ ଇତିମଧ୍ୟରେ ୩୨୬ ଛକ୍କା ମାରିଥିବା ହେତୁ ଏହାକୁ କାଟିବା କଷ୍ଟସାଧ୍ୟ ହେବ ବୋଲି କୁହାଯାଉଛି।

ଏଯାବତ ଆଇପିଏଲ୍‌ରେ ଧୋନୀଙ୍କ ଅନ୍ୟାନ୍ୟ ରେକର୍ଡକୁ ଯଦି ଦେଖିବା ତେବେ ସେ ସବୁଠାରୁ ଅଧିକ ମ୍ୟାଚ୍‌ରେ ଅଧିନାୟକ ହୋଇଥିବା ଖେଳାଳି। ସେ ସିଏସ୍‌କେ ପାଇଁ ୧୦ ସିଜନ୍‌ରେ ଏବଂ ରାଇଜିଂ ପୁଣେ ସୁପରଜିଆଣ୍ଟ୍ସ ପାଇଁ ଗୋଟିଏ ସିଜନରେ ମୋଟ ୧୭୪ ମ୍ୟାଚ୍‌ରେ ଅଧିନାୟକତ୍ୱ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

୨୦୨୬ରେ ଘଟିବାକୁ ଯାଉଛି ଏମିତି, ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଜାଣିଲେ…

ନୂଆଦିଲ୍ଲୀ,୨୨।୧୨: ୨୦୨୫ ବର୍ଷ ଧୀରେ ଧୀରେ ଶେଷ ହେବାକୁ ଯାଉଛି, ଏବଂ ଲୋକମାନେ ନୂତନ ବର୍ଷ ୨୦୨୬କୁ ସ୍ବାଗତ କରିବାକୁ ଉତ୍ସାହିତ। ଦେଶ ଏବଂ ବିଶ୍ୱ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri