Posted inଖେଳ

ବେଙ୍ଗାଲୁରୁକୁ ଜିତାଇଲା ଧୋନୀଙ୍କ ଛକା, ଦୀନେଶ କାର୍ତ୍ତିକ କଲେ ବଡ଼ ଖୁଲାସା

ବେଙ୍ଗାଲୁରୁ,୧୯।୫: ଶନିବାର ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ବିଜୟ ହାସଲ କରି ପ୍ଳେଅଫ ସ୍ଥାନ ସୁରକ୍ଷିତ କରିଛି। ଶେଷ ଓଭର ଯାଏ ବେଙ୍ଗାଲୁରୁ ପାଇଁ ପ୍ଳେଅଫ ଆଶା ଆଶଙ୍କାରେ ଥିଲାବେଳେ ୟଶ ଦୟାଲଙ୍କ ଘାତକ ବୋଲିଂ ବଳରେ ଦଳ ଚେନ୍ନାଇକୁ ମାତ୍ ଦେଇଥିଲା।

ତେବେ ଶେଷ ଓଭର ପ୍ରଥମ ବଲରେ ଧୋନୀ ମାରିଥିବା ଛକା ହିଁ ଚେନ୍ନାଇ ପରାଜୟର କାରଣ ବୋଲି କୁହାଯାଉଛି। ବିଜୟ ପରେ ବେଙ୍ଗଲୁରୁ ଡ୍ରେସିଂ ରୁମରେ ଏହି ଖୁଲାସା କରିଛନ୍ତି ଦୀନେଶ କାର୍ତ୍ତିକ। କାର୍ତ୍ତିକଙ୍କ କହିବା ମୁତାବକ ”ୟଶ ଦୟାଲଙ୍କ ପ୍ରଥମ ବଲରେ ଧୋନୀ ଏକ ୧୧୦ ମିଟର ଛକା ମାରିଥିଲେ, ଯାହା ବେଙ୍ଗାଲୁରୁ ପାଇଁ ମଙ୍ଗଳା ସାବ୍ୟସ୍ତ ହୋଇଥିଲା। ଏହା ପରେ ବେଙ୍ଗାଲୁରୁ ଟିମ୍କୁ ଏକ ନୂଆ ବଲ ମିଳିଥିଲା ଯାହା ଆମକୁ ସାହାଯ୍ୟ ଭଲ ବୋଲିଂ କରିବାରେ କରିଥିଲା।”

ଅନ୍ତିମ ଓଭରରେ ପ୍ଲେ ଅଫ୍‌ ପ୍ରବେଶ ପାଇଁ ଚେନ୍ନାଇକୁ ୧୭ ରନ୍‌ ଆବଶ୍ୟକ ଥିଲା। ଧୋନୀ ପ୍ରଥମ ବଲ୍‌ରେ ଛକା ମାରିଥିବା ବେଳେ ପରବର୍ତ୍ତୀ ବଲ୍‌ରେ ଆଉଟ ହୋଇଥିଲେ। ପରବର୍ତ୍ତୀ ବଲ୍‌ରେ ଶାର୍ଦ୍ଦୂଳ ଠାକୁର କୌଣସି ରନ୍‌ ନେଇ ପାରି ନ ଥିଲେ। ଚତୁର୍ଥ ବଲ୍‌ରୁ ୧ ରନ୍‌ ଆସିଥିବା ବେଳେ ଅନ୍ତିମ ୨ ବଲ୍‌ ଡଟ୍‌ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri