ଭୁବନେଶ୍ୱର,୧୧।୧୧ (ଅଭୟ ଦାଶ): ଦେଶର ବିକାଶ ପାଇଁ ବିଭିନ୍ନ କ୍ଷେତ୍ରର ହିତାଧିକାରୀମାନେ ସବଳ ହେବାର ଆବଶ୍ୟକତା ରହିଛି। ଏପରିକି ଘରୋଇ ବଜାରରେ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ (ମାଇକ୍ରୋ ସ୍ମଲ୍ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ ବା ଏମ୍ଏସ୍ଏମ୍ଇ) ର ବିକାଶ ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ବେଙ୍ଗାଲୁରୁର ପିନିଆ କ୍ଲଷ୍ଟରଠାରେ ଆୟୋଜିତ ଏମ୍ଏସ୍ଏମ୍ଇ କ୍ଲଷ୍ଟର ଆଉଟରିଚ ପ୍ରୋଗ୍ରାମରେ ଯୋଗ ଦେଇ ଏଭଳି କିଛି କହିଛନ୍ତି। ଏହି ଅବସରରେ ସେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିବା ସହ ଏମ୍ଏସ୍ଏମ୍ଇ ହିତାଧିକାରୀଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସରକାରଙ୍କ ପ୍ରୟାସ ଏବଂ ଏମ୍ଏସ୍ଏମ୍ଇ ଗ୍ରାହକଙ୍କ ପାଇଁ ଭାରତ ସରକାରଙ୍କ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଗୁରୁତ୍ୱାରୋପ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ କିଛି ଏମ୍ଏସ୍ଏମ୍ଇ ଗ୍ରାହକଙ୍କ ସହ ଆଲୋଚନା ମଧ୍ୟ କରିଥିଲେ। ସେହିପରି ଚଳିତ ଆର୍ଥିକ ବର୍ଷରେ ଏମ୍ଏସ୍ଏମ୍ଇ କ୍ଷେତ୍ରକୁ ଅଧିକ ଋଣ ଦେବାକୁ ଅର୍ଥମନ୍ତ୍ରୀ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ପରାମର୍ଶ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ଦେଶର ୧୪୯ଟି ସ୍ଥାନ ଏବଂ ଓଡ଼ିଶାର ୬ଟି ସ୍ଥାନରେ ଏମ୍ଏସ୍ଏମ୍ଇ କ୍ଲଷ୍ଟର ଆଉଟରିଚ ପ୍ରୋଗ୍ରାମ ଏକା ସାଙ୍ଗରେ ଆୟୋଜନ କରାଯାଇଥିଲା। ଏପରିକି ବେଙ୍ଗାଲୁରୁର ପିନିଆ କ୍ଲଷ୍ଟରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରାମନ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏମ୍ଏସ୍ଏମ୍ଇ ମନ୍ତ୍ରୀ ଜିତନ ରାମ ମାଝୀ ବିହାରର ଗୟାରୁ ଭିଡିଓ କନଫରେନ୍ସ (ଭିସି) ମାଧ୍ୟମରେ ଅଂଶଗ୍ରହଣ କରିଥିଲାବେଳେ ବେଙ୍ଗାଲୁରୁରେ ଅନ୍ୟ ସମ୍ମାନିତ ଅତିଥିମାନଙ୍କ ସହ ଏମ୍ଏସ୍ଏମ୍ଇ ରାଷ୍ଟ୍ରମନ୍ତ୍ରୀ, ଅର୍ଥ ରାଷ୍ଟ୍ରମନ୍ତ୍ରୀ ଏବଂ ଡିଏଫ୍ଏସ୍ ସଚିବ ମଧ୍ୟ ଉପସ୍ଥିତ ଥିଲେ।
ସେହିଭଳି ଓଡ଼ିଶାରେ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ଓଡ଼ିଶାର ଆବାହକ ୟୁକୋ ବ୍ୟାଙ୍କ ପକ୍ଷରୁ ୬ଟି ଏଲ୍ଡିଏମ୍ ଓ ବ୍ୟାଙ୍କର ମିଳିତ ଆନୁକୂଲ୍ୟରେ ବାଲେଶ୍ୱର, କଟକ, ଭୁବନେଶ୍ବର, ବ୍ରହ୍ମଗିରି, ବରଗଡ଼ ଓ ରମ୍ଭାଠାରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏପରିକି ସମସ୍ତେ ଭିସି ମାଧ୍ୟମରେ ବେଙ୍ଗାଲୁରୁ ସହିତ ସଂଯୁକ୍ତ ହୋଇଥିଲେ। ଯେଉଁଠାରେ ମୁଖ୍ୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରାୟ ୪୫୦ ଏମ୍ଏସ୍ଏମ୍ଇ ଗ୍ରାହକ ଏବଂ ବ୍ୟାଙ୍କର ପ୍ରତିନିଧିମାନେ ଯୋଗ ଦେଇଥିଲେ। ଏପରିକି ସମସ୍ତ ୬ଟି ସ୍ଥାନରେ ୟୁକୋ ବ୍ୟାଙ୍କର ଜେନେରାଲ ମ୍ୟାନେଜର, ଡେପୁଟି ଜେନେରାଲ ମ୍ୟାନେଜର, ଜୋନାଲ ହେଡମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ
ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…
ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…
ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…
IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…
ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ
ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…
Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍…
ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…
ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା
ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…
ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ
ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…
ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍ଙ୍କ ଶେଷ କଲ୍
ନୂଆଦିଲ୍ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

