କାନାରା ବ୍ୟାଙ୍କ ପକ୍ଷରୁ ଏମ୍‌ଏସ୍‌ଏମ୍‌ଇ ଆଉଟ୍‌ରିଚ ପ୍ରୋଗ୍ରାମ

ଭୁବନେଶ୍ୱର,୧୬।୧: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଏକ ସ୍ବତନ୍ତ୍ର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ବା ଏମ୍‌ଏସ୍‌ଏମ୍‌ଇ ଆଉଟରିଚ ପ୍ରୋଗ୍ରାମ (କାର୍ଯ୍ୟକ୍ରମ) ନିକଟରେ ଆୟୋଜିତ ହୋଇଯାଇଛି। ଏପରିକି ବ୍ୟାଙ୍କର ମହାପ୍ରବନ୍ଧକ ତଥା ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ବଳିଷ୍ଠ ମାର୍ଗଦର୍ଶନରେ ବ୍ୟାଙ୍କର ସମସ୍ତ କ୍ଷେତ୍ରୀୟ କାର୍ଯ୍ୟାଳୟ ଯଥା ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଏବଂ ଭଦ୍ରକଠାରେ ମଧ୍ୟ ‘ଏମ୍‌ଏସ୍‌ଏମ୍‌ଇ ଆଉଟ୍‌ରିଚ’ ପ୍ରୋଗାମ (କାର୍ଯ୍ୟକ୍ରମ) ଆୟୋଜନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବ ଭୁବନେଶ୍ୱରଠାରେ କରାଯାଇଥିବାବେଳେ ଭୁବନେଶ୍ୱର ମଣ୍ଡଳର ଉପ-ମହାପ୍ରବନ୍ଧକ ପି. ଠାକୁର ନାୟକ ଏବଂ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ-୧ର କ୍ଷେତ୍ରୀୟ ମୁଖ୍ୟ ତଥା ସହାୟକ ମହାପ୍ରବନ୍ଧକ ମହାମାୟା ପ୍ରସାଦ ରାଓ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ୪୦ରୁ ଊର୍ଦ୍ଧ୍ୱ ଏମ୍‌ଏସ୍‌ଏମ୍‌ଇ ଗ୍ରାହକ ଅଂଶଗ୍ରହଣ କରିଥିଲେ। ଅପରପକ୍ଷରେ ମଞ୍ଚେଶ୍ୱର ଔଦୌଗିକ କ୍ଷେତ୍ରର ଅଧ୍ୟକ୍ଷ ପ୍ରମୋଦ କୁମାର ଦାଶ ଏବଂ ଓଡ଼ିଶା ପ୍ଲାଷ୍ଟିକ ପାଇପ୍ସ ମାନୁଫାକ୍ଚରିଂ ଆସୋସିଏଶନ୍‌ର ସଚିବ ନିକୁଞ୍ଜ ଛୋଟରାୟ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ବିଶେଷ କରି ବ୍ୟାଙ୍କ ତା’ର ସମସ୍ତ ଗ୍ରାହକଙ୍କୁ ନୂତନ ଏମ୍‌ଏସ୍‌ଏମ୍‌ଇ ଯୋଜନା ଉପରେ ପ୍ରସ୍ତୁତି ଦିଆଯାଇଥିବାବେଳେ ୧୦ଜଣ ଗ୍ରାହକଙ୍କୁ ସ୍ବୀକୃତି ପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri