ଆଜିଠୁ ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟମେଳା

ଭୁବନେଶ୍ୱର, ୫।୩(ବ୍ୟୁରୋ):ରାଜ୍ୟର ବାଣିଜ୍ୟ ଓ ରପ୍ତାନିକୁ ଆହୁରି ମଜଭୁତ କରିବା ପାଇଁ ଓଡ଼ିଶା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପକ୍ଷରୁ ଶୁକ୍ରବାରଠାରୁ ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟ ମେଳା-୨୦୨୧ ଆରମ୍ଭ ହେବ। ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିବେ। ୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାରେ ସରକାରଙ୍କ ପକ୍ଷରୁ ଜାରି କୋଭିଡ୍‌-୧୯ ଗାଇଡ୍‌ଲାଇନ୍‌କୁ ଦୃଷ୍ଟିରେ ରଖି କୌଣସି ବାହାର ଦେଶର ଅଂଶଗ୍ରହଣକାରୀଙ୍କୁ ପ୍ରବେଶ କରାଯାଇନାହିଁ। ଏଥିରେ ରାଜ୍ୟ ତଥା ଜାତୀୟସ୍ତରରୁ ବିଭିନ୍ନ ପିଏସ୍‌ୟୁ ଓ ଶିଳ୍ପୋଦ୍ୟୋଗୀମାନେ କେବଳ ଅଂଶଗ୍ରହଣ କରିବେ ବୋଲି ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଭାଗୀୟ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଓ ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ସୂଚନା ଦେଇଥିଲେ।
ଏବର୍ଷ ନୂଆ ଷ୍ଟାର୍ଟଅପ୍‌, ମହିଳା ଉଦ୍ୟୋଗୀ ଓ ମିଶନ ଶକ୍ତିକୁ ଅଗ୍ରାଧିକାର ଦିଆଯାଇଛି। ରାଜ୍ୟର ସାମାଜିକ ଓ ଅର୍ଥନୈତିକ ବିକାଶରେ ମିଶନ ଶକ୍ତି ଗୋଷ୍ଠୀଗୁଡ଼ିକର ସ୍ବତନ୍ତ୍ର ଅବଦାନ ରହୁଥିବାରୁ ଏହାର ସଦସ୍ୟାମାନଙ୍କୁ ସଫଳ ଉଦ୍ୟୋଗୀ ଭାବେ ଗଢ଼ି ତୋଳିବା ପାଇଁ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏନେଇ ମିଶନ୍‌ ଶକ୍ତି ଓ ଏମ୍‌ଏସ୍‌ଏମ୍‌ଇ ବିଭାଗ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷର କରାଯାଇଛି। ମେଳାରେ ୫ଟି ହ୍ୟାଙ୍ଗର ନିର୍ମାଣ କରାଯାଇଥିବାବେଳେ ୬୦ଟି ଲେଖାଏ ଷ୍ଟଲ୍‌ ରହିଛି। ୪ଟି ହ୍ୟାଙ୍ଗର ଷ୍ଟାଟ୍‌ଅପ୍‌, ଫୁଡ୍‌ ପ୍ରୋସେସିଙ୍ଗ୍‌ ୟୁନିଟ୍‌, ମିଶନ୍‌ ଶକ୍ତି ଓ ପିଏସ୍‌ୟୁଙ୍କ ପାଇଁ ଥିବାବେଳେ ଅନ୍ୟଟି ସାଧାରଣ ଉଦ୍ଦେଶ୍ୟରେ ଉଦ୍ୟୋଗୀ ଏବଂ ଅନ୍ୟାନ୍ୟ ବ୍ୟବହାର ଉପଯୋଗୀ ପାଇଁ ନିର୍ମାଣ କରାଯାଇଛି। ଏଥିରେ ଯନ୍ତ୍ରପାତି ଓ ନୂତନ ଟେକ୍ନୋଲୋଜିର ପ୍ରଦର୍ଶନ ପାଇଁ ଏକ ପ୍ଲାଟ୍‌ଫର୍ମର ବ୍ୟବସ୍ଥା କରାଯାଇଛି।
ସେହିପରି ପ୍ରତିଦିନ ସକାଳ ସାଢ଼େ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବିଭିନ୍ନ ବିଷୟ ଉପରେ ୫ଟି ସେମିନାର ଆୟୋଜନ କରିବ। ଓଡ଼ିଶାର ଆଗ୍ରୋ ଓ ଫୁଡ୍‌ ପ୍ରୋସେସିଙ୍ଗ୍‌ ୟୁନିଟ୍‌, ଏମ୍‌ଏସ୍‌ଏମ୍‌ଇ ଓ ଷ୍ଟାର୍ଟ୍‌ଅପ୍‌ ପାଇଁ ବଜାର ଏବଂ ଆର୍ଥତ୍କ ଆବଶ୍ୟକତାର ଗୁରୁତ୍ୱ, ମହିଳା ଉଦ୍ୟୋଗୀ, କ୍ଲଷ୍ଟର୍‌ ମାଧ୍ୟମରେ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରର ବିକାଶ ବିଷୟ ଉପରେ ଆଲୋଚନା ପର୍ଯ୍ୟାଲୋଚନା ହେବ। ସୂଚନାଯୋଗ୍ୟ, ଓଡ଼ିଶା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପକ୍ଷରୁ ୨୦୧୩ରୁ ପ୍ରତିବର୍ଷ ଅନ୍ତର୍ଜାତୀୟ ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟ ମେଳା ଆୟୋଜିତ ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri