Posted inଜାତୀୟ

ନିର୍ବାଚନ ପରେ ଏମ୍‌ଏସ୍‌ପି କମିଟି: ତୋମାର

ନୂଆଦିଲ୍ଲୀ,୫।୨: ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ କମିଟି ଗଠନ ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ। ତେବେ ୫ ରାଜ୍ୟ ବିଧାନସଭା ନିର୍ବାଚନ ପରେ ଏହି କମିଟି ହେବ ବୋଲି ଶୁକ୍ରବାର ରାଜ୍ୟ ସଭାରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। ୩ ବିବାଦୀୟ କୃଷି ଆଇନକୁ ବିରୋଧରେ କରି ହଜାର ହଜାର ଚାଷୀ ଦିଲ୍ଲୀ ସୀମାରେ ବର୍ଷେରୁ ଊର୍ଦ୍ଧ୍ୱ ସମୟ ଆନ୍ଦୋଳନରେ ବସିଥିଲେ। ଶେଷରେ ଗତବର୍ଷ ନଭେମ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ କୃଷି ଆଇନ ପ୍ରତ୍ୟାହାର ଘୋଷଣା କରିଥିଲେ। ଏଥିସହିତ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଆଇନଗତ ଗ୍ୟାରେଣ୍ଟି ଲାଗି ଚାଷୀମାନଙ୍କ ଦାବି ଉପରେ ଆଲୋଚନା ନିମନ୍ତେ କମିଟି ଗଠନ କରିବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ଏବେ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଓ ଗୋଆରେ ବିଧାନସଭା ନିର୍ବାଚନ ଚାଲିଥିବାରୁ ସରକାର କମିଟି ଗଠନ ସମ୍ପର୍କରେ ନିର୍ବାଚନ କମିଶନ (ଇସି)ଙ୍କ ଅନୁମତି ଲୋଡ଼ିଥିଲେ। କମିଟି ଗଠନ ଏବେ ମନ୍ତ୍ରଣାଳୟ ବିଚାରାଧୀନ ରହିଛି। ନିର୍ବାଚନ ଶେଷ ହେବା ପରେ କମିଟି ଗଠନ କରିବାକୁ ଇସି କହିଥିବା ପ୍ରଶ୍ନୋତ୍ତର କାଳରେ ତୋମାର ସୂଚନା ଦେଇଛନ୍ତି।
କେନ୍ଦ୍ର ସରକାର କୃଷି ଆଇନ ପ୍ରତ୍ୟାହାର କରିଥିଲେ ହେଁ ଏମ୍‌ଏସ୍‌ପି ଉପରେ ଆଇନଗତ ଗ୍ୟାରେଣ୍ଟି, ଚାଷୀଙ୍କ ବିରୋଧରେ ଦାଏର ମାମଲା ପ୍ରତ୍ୟାହାର କରିବା ଆଦି ଅନ୍ୟାନ୍ୟ ଦାବି ପୂରଣ କରିନାହାନ୍ତି। ଏମ୍‌ଏସ୍‌ପି କମିଟି ଗଠନ ପାଇଁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ହେଁ ଏହା ରଖି ନ ଥିବା ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ଗୁରୁବାର ଅଭିଯୋଗ କରିଥିଲା। ତେଣୁ ୟୁପି ନିର୍ବାଚନରେ ଭାଜପାକୁ ଦଣ୍ଡିତ କରିବା ପାଇଁ ଗୁରୁବାର ଏସ୍‌କେଏମ୍‌ ପକ୍ଷରୁ ଆହ୍ବାନ ଦିଆଯାଇଥିଲା। ଫଳରେ କୃଷିମନ୍ତ୍ରୀ ତୋମାର ନିର୍ବାଚନ ପରେ ଏମ୍‌ଏସ୍‌ପି କମିଟି ଗଠନ ହେବ ବୋଲି ଗୃହକୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri