ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫ ତାରିଖରେ ଅପହରଣ କରାଯାଇଥିଲା। ଏକ ସପ୍ତାହ ପରେ ତାଙ୍କ ଗଳିତ ମୃତଦେହ ସୋରଡ଼ାର ଏକ ଜଙ୍ଗଲିଆ ରାସ୍ତାରୁ ପୋଲିସ ଜବତ କରିଥିଲା । ମୃତ ସୁଧୀରଙ୍କ ସ୍ତ୍ରୀ ରଶ୍ମିତା ପାତ୍ରଙ୍କ ଅଭିଯୋଗ କ୍ରମେ ଗୋପାଳପୁର ପୋଲିସ ୨୧୩/୨୬ରେ ଏକ ହତ୍ୟା ମାମଲା ରୁଜୁ କରିଥିଲା।

ଏହି ବହୁ ଚର୍ଚ୍ଚିତ ହତ୍ୟା ମାମଲାରେ ମୁଖ୍ୟ ଷଡଯନ୍ତ୍ରକାରୀ ଥିବା ସୁଧୀରଙ୍କ ପୁତୁରା ତୁଷାରକାନ୍ତ ପାତ୍ର(୧୯)ଙ୍କୁ ଗିରଫ କରାଯାଇଥିଲା। ସେ ଏବେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଅଛନ୍ତି । ତୁଷାର ଜଣେ ଯୁକ୍ତ ତିନି କଲେଜ ଛାତ୍ର ଥିବା ବେଳେ ତାଙ୍କ ପାଠ ପଢ଼ା ବ୍ୟାହତ ହେଉଥିବା ଓ ଉକ୍ତ ହତ୍ୟା ମାମଲାରେ ତାଙ୍କର ସମ୍ପୃକ୍ତି ନ ଥିବା ଦର୍ଶାଇ ଓକିଲଙ୍କ ଜରିଆରେ ସେ ଜିଲା ଜଜ ଅଶାନ୍ତ କୁମାର୍‌ ଦାସଙ୍କ କୋର୍ଟରେ ଜାମିନ ଆବେଦନ କରିଥିଲେ। କୋର୍ଟରେ ଉଭୟ ପକ୍ଷଙ୍କ ଓକିଲଙ୍କ ମଧ୍ୟରେ ଜବାବ ସଆଲ ହୋଇଥିଲା। ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା କ୍ୟାଡର ପିପି ବିଶ୍ୱଜିତ୍‌ ବରାଳ ଉକ୍ତ ଜାମିନକୁ ଦୃଢ଼ ବିରୋଧ କରିଥିଲେ । ଫଳରେ ଜଜ ଉକ୍ତ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ପୂର୍ବରୁ ମଧ୍ୟ ତୁଷାରଙ୍କ ଜାମିନ ପ୍ରଥମ ଶ୍ରେଣୀ ବିଚାର ବିଭାଗ ମାଜିଷ୍ଟ୍ରେଟ (ଗ୍ରାମୀଣ) କୋର୍ଟରେ ଖାରଜ ହୋଇଥିଲା।

ମାମଲାର ବିବରଣୀରୁ ପ୍ରକାଶ, ପ୍ଲଟ ବ୍ୟବସାୟୀ ସୁଧୀର ଗତ ଏପ୍ରିଲ ୧୫ ତାରିଖ ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ମଣ୍ଡିଆପଲି ନିକଟ ପ୍ରେମ ସଂସ୍ଥା ରାସ୍ତାରୁ ତାଙ୍କୁ ଅପହରଣ କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ପୋଲିସ ତାଙ୍କୁ ଠାବ କରିବା ପାଇଁ ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସିଟିଭି ଫୁଟେଜର ସହାୟତା ନେଇଥିଲା।

ଏସ୍‌ପିଙ୍କ ନିର୍ଦ୍ଦେଶରେ ୯ଟି ଟିମ ଗଠନ କରାଯାଇଥିଲା । ଏପ୍ରିଲ ୨୨ ତାରିଖରେ ସକାଳେ ସୋରଡା ଥାନା ଅନ୍ତର୍ଗତ ଗାଜଲବାଡ଼ି ରସିପଙ୍କାଳ କେନାଲ ନିକଟରୁ ସୁଧୀରଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଥିଲା। ଘଟଣାର ତଦନ୍ତ ବେଳେ ପୋଲିସ ସୁଧୀରଙ୍କ ଝିଆରି ନିବେଦିତା ପାତ୍ର ଓ ତାଙ୍କ ପୁରୁଷ ବନ୍ଧୁ କାଳିଆ ଓରଫ କାଳୁ ଚରଣ ପ୍ରଧାନ, ପୁତୁରା ତୁଷାରକାନ୍ତ ପାତ୍ରଙ୍କ ସମେତ ୯ ଜଣଙ୍କୁ ଗିରଫ କରିଥିଲା । ଏହି ଘଟଣାରେ ପୋଲିସ ପର୍ଯ୍ୟାୟକ୍ରମେ ମୋଟ ୧୩ ଜଣକୁ ଗିରଫ କରିଥିବା ବେଳେ ଘଟଣାରେ ବ୍ୟବହୃତ ୪ଟି କାର୍‌, ୧୫ଟି ମୋବାଇଲ, ବନ୍ଧୁକ ଓ ଗୁଳି ଜବତ କରିଥିଲା। ଗିରଫ ସମସ୍ତ ଅଭିଯୁକ୍ତ ଏବେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri