ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ ସାଧାରଣ ଲୋକେ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ଏଭଳି ଏକ ସଙ୍ଗିନ ଚିତ୍ର ଦେଖିବାକୁ ମିଳିଛି ସମ୍ବଲପୁର ଜିଲା ଜମନକିରା ବ୍ଲକ ସଦର ମହକୁମା ଷଣ୍ଢପଥର ସ୍ଥିତ ୫୩ ନମ୍ବର ଜାତୀୟ ରାଜପଥରୁ ଦୋରୋବାହାଲ ପଡ଼ା ଦେଇ ଛେମୁଣ୍ଡାକୁ ଯାଇଥିବା ମୁଖ୍ୟ ରାସ୍ତାରେ। ପୂର୍ବରୁ ଖରାପ ଥିବା ଏହି ରାସ୍ତା ଉପରେ ପଞ୍ଚାୟତ ଓ୍ବାର୍ଡସଭ୍ୟଙ୍କ ଦ୍ୱାରା  ମୋରମ ପକାଯିବା ପରେ ପରିସ୍ଥିତି ସୁଧୁରିବା ପରିବର୍ତ୍ତେ ଆହୁରି ଅଧିକ ବିପର୍ଯ୍ୟସ୍ତ ହୋଇପଡ଼ିଛି। ବର୍ଷା ଯୋଗୁ ସମ୍ପୂର୍ଣ୍ଣ ରାସ୍ତାରେ ଆଣ୍ଠୁଏ ଲେଖାଏ କାଦୁଅ ପଚପଚ ହୋଇ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି।
ରାସ୍ତାରେ ଚାଲିବା ତ ଦୂରର କଥା, ଦୁଇଚକିଆ ଯାନବାହନ ଯିବା ମଧ୍ୟ ବିପଦପୂର୍ଣ୍ଣ ହୋଇପଡ଼ିଛି। କାଦୁଅରେ ଗାଡ଼ି ଚକା ଖସି ଲୋକେ ପଡ଼ି ଖଣ୍ଡିଆ ଖାବରା ହେଉଥିବାବେଳେ ଛାତ୍ରୀଛାତ୍ର, ମହିଳା ଓ ବୃଦ୍ଧାବୃଦ୍ଧ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏପରିକି ଜରୁରୀକାଳିନ ସମୟରେ ଏହି ରାସ୍ତାରେ ଆମ୍ବୁଲାନ୍ସ କିମ୍ବା ଅନ୍ୟ କୌଣସି ଗାଡ଼ି ପହଞ୍ଚିବା ମଧ୍ୟ ଅସମ୍ଭବ ହୋଇପଡ଼ିଛି।
ଏହି ଦାୟିତ୍ୱହୀନ କାର୍ଯ୍ୟକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଆକ୍ରୋଶ ପ୍ରକାଶ ପାଇବା ସହ ତୁରନ୍ତ ରାସ୍ତାଟିକୁ ସ୍ଥାୟୀ ଭାବେ ମରାମତି କରିବାକୁ ଦାବି ହୋଇଛି। ଅନ୍ୟପକ୍ଷରେ ଏ ସମ୍ପର୍କରେ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସୁଶୀଲ ନାୟକଙ୍କୁ ପଚାରିବାରୁ, ପାଗ ଟିକିଏ ଶୁଖିଲା ହେବା ମାତ୍ରେ ତୁରନ୍ତ ରାସ୍ତା ମରାମତି କାର୍ଯ୍ୟ କରାଯିବ ବୋଲି ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୧ରେ ବୁଧ-ଗୁରୁ-ମଙ୍ଗଳଙ୍କ ମହାଚଳନ: ସୁନା ଥାଳିରେ ଖାଇବେ ଏହି ୫ ରାଶି!

ଗଣିତ ଜ୍ୟୋତିଷ ଗଣନା ଏବଂ ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ଦିନ ହେବ। ଏହି ଦିନ ଅନେକ ଗ୍ରହ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri