ମାଠିଆ ଗଡୁଛି, ପାଣି ନାହିଁ

ଖୋର୍ଦ୍ଧା ଅଫିସ,୨୨।୪: ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି ରହିଛି। ରାଜଧାନୀ ଭୁବନେଶ୍ୱର ସମେତ ଦଶରୁ ଊର୍ଦ୍ଧ୍ୱ ସହରର ତାପମାତ୍ରା ବଢି ଚାଲିଛି। ତାପମାତ୍ର ଦୈନିକ ୩୮ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ରହୁଛି। ଜିଲାରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କୌଣସି ଶ୍ରମିକ କାମ କରିବେ ନାହିଁ ବୋଲି ଜିଲାପାଳଙ୍କ ନିର୍ଦ୍ଦେଶ ରହିଥିଲା। ତେବେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୋଠା ନିର୍ମାଣରେ ଶ୍ରମିକମାନେ କାମ କରୁଥିବା ଦେଖିବାକୁ ମିଳିଛି। ସେହିଭଳି ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟ ଜାତୀୟ ରାଜପଥର ସମ୍ପ୍ରସାରଣ କାମ ଜାରି ରହିଛି। ଏଠି ମଧ୍ୟ ଖରାରେ ଶ୍ରମିକ ମାନେ ବିନା କୌଣସି ସୁରକ୍ଷାରେ କାମ କରଛନ୍ତି। ଜାତୀୟ ରାଜପଥରେ ଜଳ କିଓସ୍କି ଏବଂ ନିର୍ମାଣ ସ୍ଥଳରେ ପର୍ଯ୍ୟାପ୍ତ ମାତ୍ରାରେ ପାନୀୟଜଳ ବ୍ୟବସ୍ଥା ଲାଗି ନିର୍ଦ୍ଦେଶ ସତ୍ତ୍ୱେ ଏହା ପ୍ରହସନରେ ପରିଣତ ହୋଇଛି। ଜାତୀୟ ରାଜପଥରେ ଜଟଣୀ ଗେଟଠାରୁ ଟାଙ୍ଗୀ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଜାରି ରହିଛି। କେବଳ ସରକାରୀ କାଗଜକଲମରେ ନିର୍ଦ୍ଦେଶନାମା ଜାରି କରି ପ୍ରଶାସନିକ ଅଧିକାରୀ ଚୁପ ବସିଛନ୍ତି। ସେହିପରି ସହରରେ ସବୁଠି କୋଠାବାଡି ନିର୍ମାଣ କାର୍ଯ୍ୟ ଜାରି ରହିଛି। ଶ୍ରମିକମାନେ ବିପଦଜ୍ଜନକ ଭାବେ କାମ କରୁଥିବା ବେଳେ ପ୍ରଶାସନ ପକ୍ଷରୁ କୌଣସି ଗାଇଡଲାଇନକୁ ପାଳନ କରାଯାଉନାହିଁ। କୌଣସି ଠିକା ସଂସ୍ଥା ପକ୍ଷରୁ ସାଧାରଣ ପାନୀୟଜଳ ବ୍ୟବସ୍ଥା ମଧ୍ୟ କରାଯାଉନଥିବା ଏକାଧିକ ଶ୍ରମିକ ଗଣମାଧ୍ୟମ ଆଗରେ କହିଛନ୍ତି। ଖୋର୍ଦ୍ଧା ସହରର ଟ୍ରାଫିକ ଛକଠାରୁ ନୂଆବସଷ୍ଟାଣ୍ଡ, ପୁରୁଣା ବସଷ୍ଟାଣ୍ଡ, ନୟାଗଡ ରାସ୍ତା, ମାରୱାଡି ପଟି, ଗୋଡି ପୋଖରୀ, ମୁକୁନ୍ଦପ୍ରସାଦ ଜନଗହଳି ଲାଗି ରହୁଛି। ଏଠାରେ କୌଣସି ସ୍ଥାନରେ ପୌର ପ୍ରଶାସନ ପକ୍ଷରୁ ପାନୀୟଜଳର ବ୍ୟବସ୍ଥା କରାଯାଇନାହିଁ। କେବଳ ଡାକବଙ୍ଗଳା ଏବଂ ନୂଆବସଷ୍ଟାଣ୍ଡ, ଗୁରୁଜଙ୍ଗ, ମୁକନ୍ଦପ୍ରସାଦ, ଜିଲାପାଳଙ୍କ କାର୍ଯ୍ୟାଳୟ ଫ୍ଲାଏଓଭର ବ୍ରିଜରେ ଏକ ଟେଣ୍ଟ ହାଉସ ତଳେ ଦୁଇଟି ପାଣି ମାଠିଆ ରହିଛି। ସକାଳେ ପାଣି ଭରି ଦେବା ପରେ ପୂର୍ବାହ୍ନରେ କାହାରିକୁ ଦେଖିବାକୁ ମିଳୁନାହିଁ। କୋଭିଡ କଟକଣା ହଟିବା ପରେ ବହୁ ଦୁରାନ୍ତରୁ ଲୋକେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସୁଛନ୍ତି। ଏଠାରେ ଲୋକଙ୍କ ପାଇଁ ପାନୀୟଜଳ ବ୍ୟବସ୍ଥା ନାହିଁ। ବସଷ୍ଟାଣ୍ଡ ସମେତ ସରକାରୀ କାର୍ଯ୍ୟାଳୟରେ ଲୋକଙ୍କ ପାଇଁ ପାନୀୟଜଳ ବ୍ୟବସ୍ଥା କରାଯାଇନଥିବା ଦେଖିବାକୁ ମିଳିଛି। ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସୁଥିବା ଅଭିଯୋଗକାରୀ ପାଣି ପାଇଁ ଡହଳବିକଳ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri