କାଦୁଅରେ ଭର୍ତ୍ତି ବୋରିଖାଲ ଗାଁ ରାସ୍ତା

ମୁନିଗୁଡ଼ା,୩।୮(ରାଧେଶ୍ୟାମ ଅଗ୍ରଓ୍ବାଲ): ମୁନିଗୁଡ଼ା ବ୍ଲକ ତେଲେଙ୍ଗାପଦର ପଞ୍ଚାୟତର ବୋରିଖାଲ ଗାଁ ରାସ୍ତା ଶୋଚନୀୟ ହୋଇପଡ଼ିଛି। ପୂର୍ତ୍ତ ବିଭାଗ ରାସ୍ତାଠାରୁ ମାତ୍ର ୩୦୦ମିଟର ଦୂରରେ ଅବସ୍ଥିତ ବୋରିଖାଲ ଗାଁକୁ ଯାଇଥିବା ମାଟି ରାସ୍ତା କାଦୁଅରେ ପଚପଚ। ବର୍ଷା ଦିନେ ଗାଁକୁ ଚାରିଚକିଆ ଗାଡି ଯିବା ଦୂରର କଥା ସାଇକେଲ ବି ଯାଇପାରୁନି। ଗାଁକୁ ଆମ୍ବୁଲାନ୍ସ ଯାଇପାରୁ ନ ଥିବାରୁ ଗର୍ଭବତୀ, ରୋଗୀଙ୍କ ପାଇଁ ଖଟିଆ ବା ଭାର ଏକମାତ୍ର ଭରସା।

ବୋରିଖାଲ ଗ୍ରାମରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ବସବାସ କରିଥାନ୍ତି। ଏହି କାଦୁଅ ରାସ୍ତା ଦେଇ ଗର୍ଭବତୀ ମହିଳାକୁ ଭାର କରି ପ୍ରସୂତି କେନ୍ଦ୍ରକୁ ନେବାକୁ ପଡ଼ିଥାଏ। କାଦୁଅ ରାସ୍ତାରେ ପ୍ରତିଦିନ ଛାତ୍ରୀଛତ୍ରୀ ସ୍କୁଲକୁ ଯାଇଥାନ୍ତି। ବୃଦ୍ଧାବୃଦ୍ଧ ଭତ୍ତା ପାଇଁ ଏହି ସରକାରୀ ରାସ୍ତା ଦେଇ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇଥାନ୍ତି। ତେବେ ଗାଁର ଶୋଚନୀୟ ରାସ୍ତା ବିଷୟରେ ପ୍ରତିବର୍ଷ ଗ୍ରାମବାସୀ ଅଭିଯୋଗ କରୁଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହେଉଛି। ସବୁ ଗାଁକୁ ପକ୍କା ରାସ୍ତା, ବିଜୁଳି ବ୍ୟବସ୍ଥା, ସ୍ବାସ୍ଥ୍ୟ ସୁରକ୍ଷା, ଘରକୁ ପିଇବା ପାଣ ଯୋଗାଇ ଦିଆଯାଉଥିବାବେଳେ ବୋରିଖାଲ ଗ୍ରାମବାସୀଙ୍କ ପାଇଁ ପକ୍କା ରାସ୍ତା ଯେମିତି ସ୍ବପ୍ନ ହୋଇଛି। ଗାଁକୁ କଂକ୍ରିଟ୍‌ ରାସ୍ତା ନିର୍ମାଣ ପାଇଁ ସରପଞ୍ଚ ଉପେନ୍ଦ୍ର ସିକକା,ସମିତି ସଭ୍ୟ ଅନଙ୍ଗ ନାଗ, ଶଙ୍କର ବେହେରା, ଅଞ୍ଚଳ ମୁଦ୍ରିକା, ପୂର୍ଣ୍ଣଚନ୍ଦ୍ର ସାରକା, ପ୍ରକାଶ ଜାଗରଙ୍ଗା, ନୀଳାମ୍ବର ବାଞ୍ଜେଲିକା ପ୍ରମୁଖ ବ୍ଲକ ପ୍ରଶାସନକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?