ଆଣ୍ଠୁଏ କାଦୁଅ ପାଲଟିଛି ଯିବାଆସିବା ରାସ୍ତା

କୋକସରା,୩୦।୮(ଡି.ଏନ୍‌.ଏ.): ବାରମ୍ବାର ରାସ୍ତାରେ କାମ ହେଉଛି, ହେଲେ ସୁଧୁରୁନାହିଁ ରାସ୍ତା ଅବସ୍ଥା। ଅଳ୍ପ ବର୍ଷା ହେଲେ ଆଣ୍ଠୁଏ କାଦୁଅରେ ଯାତାୟାତ କରୁଛନ୍ତି କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତବାସୀ।

ଦର୍ଲିପଡା ଛକ ବିଜୁ ଏକ୍ସପ୍ରେସ ୱେରୁ ୪ କି.ମି. ରହିଥିବା ଉକ୍ତ ରାସ୍ତା ଡୁଡୁକାଠେଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ସମେତ ବନ୍ଧପଡା, ମୁନୁଗାପଦର, ଶବରପଡା, ଧୋବେନ ଚଞ୍ଚରା, କଛାରପଡା ଗ୍ରାମକୁ ସଂଯୋଗ କରୁଛି। ପଞ୍ଚାୟତକୁ ପିଡିଏସ୍‌ ସାମଗ୍ରୀଠାରୁ ଆରମ୍ଭ କରି ଧାନମଣ୍ଡି, ସ୍କୁଲ କଲେଜ ଓ ବିଭିନ୍ନ କାର୍ଯ୍ୟରେ ଏହି ରାସ୍ତାରେ ଲୋକେ ଦୈନିକ ଯିବାଆସିବା କରୁଥିବା ବେଳେ କାଦୁଅରେ ଅତିଷ୍ଠ ହୋଇପଡିଛନ୍ତି ଗ୍ରାମବାସୀ। ପଞ୍ଚାୟତ ଗଠନ ହେବାର ଇତିମଧ୍ୟରେ ୨୦ ବର୍ଷ ଅତିବାହିତ ସତ୍ତ୍ୱେ ରାସ୍ତା ନିର୍ମାଣ ପାଇଁ ଅଞ୍ଚଳବାସୀ ପୂର୍ବରୁ ଜିଲା, ବ୍ଲକ ପ୍ରଶାସନ ସମେତ ସ୍ଥାନୀୟ ସରପଞ୍ଚଙ୍କୁ ଅଭିଯୋଗ କରି ଆସୁଛନ୍ତି। ହେଲେ ଯଥାପୂର୍ବଂ ତଥା ପରମ୍‌। ଏ ନେଇ ସରପଞ୍ଚ ହରିପ୍ରିୟା ନାଗଙ୍କ ପ୍ରତିକ୍ରିୟା ନେବାରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ସାମିଲ କରିବାକୁ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରାଯାଇଛି। ପଞ୍ଚାୟତ ଅନୁଦାନରୁ ଆଗକୁ ରାସ୍ତା ମରାମତି କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। ତେବେ ଆଗକୁ ଏ ସମ୍ପର୍କରେ ଜିଲା ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ ନ କଲେ ରାଜରାସ୍ତାରେ ଆନ୍ଦୋଳନ କରିବାକୁ ପଛାଇବୁ ନାହିଁ ବୋଲି ପଞ୍ଚାୟତବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?