ପାକିସ୍ତାନରେ ଭାରତର ଆଉ ଜଣେ ଶତ୍ରୁଙ୍କୁ ଗୁଳି କରି ହତ୍ୟା, କୁଳଭୂଷଣ ଯାଦବଙ୍କୁ ISIକୁ ହସ୍ତାନ୍ତର କରିଥିଲେ

ଇସଲାମାବାଦ,୯।୩: ପାକିସ୍ତାନରେ ଭାରତର ଆଉ ଜଣେ ଶତ୍ରୁ ନିହତ ହୋଇଛି। ପାକିସ୍ତାନର ବେଲୁଚିସ୍ତାନରେ ଅଜ୍ଞାତ ଆକ୍ରମଣକାରୀଙ୍କ ଗୁଳିରେ ପ୍ରମୁଖ ଧାର୍ମିକ ନେତା ମୁଫ୍‌ତି ଶାହ ମୀରଙ୍କୁ ହତ୍ୟା କରାଯାଇଛି। ମୁଫତି ଶାହ ମୀର ହେଉଛନ୍ତି ସେହି ବ୍ୟକ୍ତି ଯିଏ ଭାରତର କୁଳଭୂଷଣ ଜାଦବଙ୍କୁ ISIକୁ ହସ୍ତାନ୍ତର କରିଥିଲେ। ମୁଫତି ଶାହ ମୀରଙ୍କ ଉପରେ ପୂର୍ବରୁ ଦୁଇଥର ଆକ୍ରମଣ ହୋଇଥିଲା, କିନ୍ତୁ ସେ ସେଥିରୁ ବର୍ତ୍ତି ଯାଇଥିଲେ।

ପାକିସ୍ତାନୀ ଖବରକାଗଜ ଡନ ରିପୋର୍ଟ କରିଛି ଯେ ଶୁକ୍ରବାର କେଚର ତୁରବତ ସହରରେ ମୁଫତି ଶାହ ମୀର ରାତିର ନମାଜ ପରେ ଏକ ମସଜିଦରୁ ବାହାରୁଥିବା ବେଳେ ତାଙ୍କୁ ଟାର୍ଗେଟ କରାଯାଇଥିଲା। ମୋଟରସାଇକେଲରେ ଆସିଥିବା ସଶସ୍ତ୍ର ଅପରାଧୀମାନେ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ମୀରଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା, ଯେଉଁଠାରେ ତାଙ୍କର ମୃତ୍ୟୁ ହୋଇଛି।

ତେବେ ଭାରତୀୟ ବ୍ୟବସାୟୀ ତଥା ପୂର୍ବତନ ଭାରତୀୟ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ ଏହି ମୁଫତି ଶାହ ମୀର ହିଁ ଇରାନରୁ ଅପହରଣ କରିବାରେ ପାକିସ୍ତାନର ISIକୁ ସାହାଯ୍ୟ କରିଥିଲେ। କୁଳଭୂଷଣ ବର୍ତ୍ତମାନ ପାକିସ୍ତାନ ଜେଲରେ ବନ୍ଦୀ ଅଛନ୍ତି। ତାଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି, କିନ୍ତୁ ଭାରତ ଅନ୍ତର୍ଜାତୀୟ ନ୍ୟାୟାଳୟରୁ ଏହା ଉପରେ ସ୍ଥଗିତାଦେଶ ପାଇଛି।

ମୀର ଜଣେ ମାନବ ଏବଂ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣକାରୀ, ଜଣେ ମୁଫ୍ତି ଏବଂ ଇସଲାମିକ ମୌଳବାଦୀ ରାଜନୈତିକ ଦଳ ଜାମିଆତ ଉଲେମା-ଏ-ଇସଲାମର ସଦସ୍ୟଙ୍କ ଛଦ୍ମବେଶରେ କାର୍ଯ୍ୟ କରୁଥିଲେ। ସୂତ୍ର ଅନୁଯାୟୀ ସେ ଆଇଏସଆଇ ନେତୃତ୍ୱାଧୀନ ଡେଥ ସ୍କ୍ବାଡ ସହିତ ଜଡିତ ଏକ ଗୁରୁତ୍ୱପୂର୍ଣ୍ଣ ଚ୍ୟାନେଲ ଥିଲେ ଏବଂ ଅନେକ ବେଲୁଚ ଯୁବକଙ୍କୁ ଅପହରଣ ଏବଂ ହତ୍ୟା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେ ବେଲୁଚିସ୍ତାନରେ ଧାର୍ମିକ ଉଗ୍ରବାଦ ବିସ୍ତାର କରିବାରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri