ମୁଗୁପୁର ହାଇସ୍କୁଲ ୨୦୧୦ ମ୍ୟାଟ୍ରିକ ବ୍ୟାଚର ବନ୍ଧୁମିଳନ ଉତ୍ସବ, ସୁବର୍ଣ୍ଣ ସମୟକୁ ଜିଇଁବାର ପ୍ରୟାସ…

ହାଟଡିହୀ/ଛେନାପଦୀ,୭।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମୁଗୁପୁର ହାଇସ୍କୁଲ ପରିସରରେ ୨୦୧୦ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରୀଛାତ୍ର ମାନଙ୍କୁ ନେଇ ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ୧୬ ବର୍ଷ ପରେ ପୁରୁଣା ସାଙ୍ଗମାନଙ୍କୁ ପାଖରେ ପାଇ ସମସ୍ତେ ଭାବବିହ୍ୱଳ ହୋଇପଡ଼ିଥିଲେ । ଏହି ଅବସରରେ ବ୍ୟାଚ୍‌ର ପ୍ରାୟ ସମସ୍ତ ଛାତ୍ରୀଛାତ୍ର ଯୋଗଦେଇ ନିଜ ନିଜର ପୁରୁଣା ସ୍ମୃତି, ସ୍କୁଲ ଦିନର ଦୃଷ୍ଟାମି ଓ ଅଭିଜ୍ଞତା ବାଣ୍ଟିଥିଲେ। ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ଭିତରୁ କିଛି ସମୟ ବାହାର କରି ପିଲାଦିନର ସେହି ସୁବର୍ଣ୍ଣ ସମୟକୁ ଆଉ ଥରେ ଜିଇଁବାର ପ୍ରୟାସ ସମସ୍ତଙ୍କ ମନରେ ଏକ ଅପୂର୍ବ ଶିହରଣ ସୃଷ୍ଟି କରିଥିଲା।
​ଏହି କାର୍ଯ୍ୟକ୍ରମରେ କେବଳ ସ୍ମୃତି ଚାରଣ ନୁହେଁ, ବରଂ ଆଗାମୀ ଦିନରେ ବିଦ୍ୟାଳୟର ଉନ୍ନତି ଏବଂ ସମାଜ ମଙ୍ଗଳ ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ ସମସ୍ତେ ସଂକଳ୍ପ ନେଇଥିଲେ। ମଧ୍ୟାହ୍ନ ଭୋଜନ ସହ ବିଭିନ୍ନ ମନୋରଞ୍ଜନଭିତ୍ତିକ କାର୍ଯ୍ୟକ୍ରମ ଏହି ଉତ୍ସବର ମୁଖ୍ୟ ଆକର୍ଷଣ ସାଜିଥିଲା। ବ୍ୟାଚର ସଦସ୍ୟମାନଙ୍କ ମିଳିତ ସହଯୋଗରେ ସମଗ୍ର କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା।

ଜ୍ଞାନ ରଂଜନ ସେଠୀ, ସନ୍ତୋଷ କୁମାର ଜେନା, ଲକ୍ଷ୍ମୀଧର ପଣ୍ଡା, ଅମ୍ବରିଶ ସେଠୀ, କିଶୋର କୁମାର ସେଠୀ, ରଞ୍ଜିତ୍ ଜେନା, ତାପସ କୁମାର ଦାସ, ଅଳ୍ପନା ବିହାରୀ, ଶୁଶ୍ରୀସଙ୍ଗୀତା ରାଉତ , ଶୁଭସ୍ମିତା ଜେନା, ସତ୍ୟଜିତ୍ ସାହୁ, ଅଜୟ କୁମାର ସାହୁ, ସନ୍ତୋଷ ଖଟୁଆ, ବିଶେଶ୍ୱର ପାଣି, ପ୍ରମୋଦ ବାରିକ, ଶୁଭଶ୍ରୀ ସଙ୍ଗୀତ ସେଠୀ, ପ୍ରକାଶ ଚନ୍ଦ୍ର ସାହୁ, ହେମନ୍ତ କର, ନିରଞ୍ଜନ ପଣ୍ଡା, ବିଷ୍ଣୁପ୍ରସାଦ ସାହୁ, କୁନା, ବାସୁଦେବ ଦଳେଇ, ଭାଗିରଥୀ, ଅଳ୍ପନା, ଲିଶା ରାଣୀ ସାହୁ ପ୍ରମୁଖଙ୍କ ସମେତ ୨୦୧୦ ବର୍ଷ ର ବହୁ ସଂଖ୍ୟାରେ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri