Posted inଜାତୀୟ

ଲୋକ ସଭା ସଦସ୍ୟତା ଫେରିପାଇଲେ ମହମ୍ମଦ ଫୈଜଲ

ନୂଆଦିଲ୍ଲୀ,୩୦ା୩: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ନେତା ମହମ୍ମଦ ଫୈଜଲ ବୁଧବାର ନିଜ ଲୋକ ସଭା ସଦସ୍ୟତା ଫେରିପାଇଛନ୍ତି। ସୁପ୍ରିମକୋର୍ଟରେ ଫୈଜଲଙ୍କ ଆବେଦନ ଶୁଣାଣିର କିଛି ଘଣ୍ଟା ପୂର୍ବରୁ ଲୋକ ସଭା ସେକ୍ରେଟାରି ଜେନେରାଲ ଉତ୍ପଳ କୁମାର ସିଂ ଏକ ବିଜ୍ଞପ୍ତି ଜାରି କରିଥିଲେ। ୧୦ ସପ୍ତାହ ପୂର୍ବେ ରଦ୍ଦ କରାଯାଇଥିବା ଫୈଜଲଙ୍କ ସଦସ୍ୟତାକୁ ପୁନଃ ଅବସ୍ଥାପିତ କରାଯାଇଥିବା ସେ ଏଥିରେ ଉଲ୍ଲେଖ କରିଛନ୍ତି। ଫୈଜଲ ପାର୍ଲାମେଣ୍ଟର ନିମ୍ନ ସଦନକୁ ଯାଇ ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଭେଟିଛନ୍ତି। ସେକ୍ରେଟାରିଏଟ୍‌ ତାଙ୍କ ସଦସ୍ୟତା ରଦ୍ଦ କରିବା ଉଚିତ ନ ଥିଲା ବୋଲି ସେ ପ୍ରତିକ୍ରିୟାରେ କହିଛନ୍ତି।

ପ୍ରତିନିଧିତ୍ୱ କରୁଥିବା ମହମ୍ମଦ ଫୈଜଲ ୨୦୧୯ ଲୋକ ସଭା ନିର୍ବାଚନ ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି.ଏମ୍‌. ସୟିଦଙ୍କ ଜ୍ୱାଇଁ ମହମ୍ମଦ ସାଲିହଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ କେରଳର କଭରଟ୍ଟି ସେସନ୍ସ କୋର୍ଟରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। କୋର୍ଟ ଫୈଜଲଙ୍କ ସହ ଅନ୍ୟ ୩ ଜଣଙ୍କୁ ୧୦ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଏବଂ ୧ ଲକ୍ଷ ଟଙ୍କା ଲେଖାଏ ଜରିମାନା ଆଦେଶ ଦେଇଥିଲେ। ଗତ ଜାନୁୟାରୀ ୧୩ରେ ଲୋକ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଥିଲା। ଫୈଜଲଙ୍କ ଦଣ୍ଡାଦେଶ ଉପରେ କେରଳ ହାଇକୋର୍ଟ ସ୍ଥଗିତାଦେଶ ଜାରି କରିବା ପରେ ତାଙ୍କ ସଦସ୍ୟତା ନିଲମ୍ବନକୁ ପ୍ରତ୍ୟାହାର ପାଇଁ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ଜଷ୍ଟିସ୍‌ କେ.ଏମ୍‌. ଖାନ୍‌ଓ୍ବିଲକର ଏବଂ ବି.ଭି. ନାଗରନତ୍ା ତାଙ୍କ ଆବେଦନକୁ ଗ୍ରହଣ କରିଛନ୍ତି। ଫଳରେ ସେକ୍ରେଟାରିଏଟ୍‌ ତାଙ୍କୁ ଲୋକ ସଭାରେ ପୁନଃ ଅବସ୍ଥାପିତ କରିଛି। ଏହାକୁ ଏନ୍‌ସିପି ପକ୍ଷରୁ ସ୍ବାଗତ କରାଯାଇଛି। ‘ସବୁ ମୋଦି ଚୋର’ ମନ୍ତବ୍ୟ ମାମଲାରେ ଗୁଜରାଟର ସୁରଟ କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇଥିବା କଂଗ୍ରେସ ନେତା ରାହୁଲଙ୍କ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ରଦ୍ଦ ହୋଇଥିବାବେଳେ ଏହି ନିଷ୍ପତ୍ତି ନିଆଯାଇଛି। କିନ୍ତୁ ରାହୁଲ ଅଦ୍ୟାବଧି କୌଣସି ଉଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri