Posted inଜାତୀୟ

ଲୋକ ସଭା ସଦସ୍ୟତା ଫେରିପାଇଲେ ମହମ୍ମଦ ଫୈଜଲ

ନୂଆଦିଲ୍ଲୀ,୩୦ା୩: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ନେତା ମହମ୍ମଦ ଫୈଜଲ ବୁଧବାର ନିଜ ଲୋକ ସଭା ସଦସ୍ୟତା ଫେରିପାଇଛନ୍ତି। ସୁପ୍ରିମକୋର୍ଟରେ ଫୈଜଲଙ୍କ ଆବେଦନ ଶୁଣାଣିର କିଛି ଘଣ୍ଟା ପୂର୍ବରୁ ଲୋକ ସଭା ସେକ୍ରେଟାରି ଜେନେରାଲ ଉତ୍ପଳ କୁମାର ସିଂ ଏକ ବିଜ୍ଞପ୍ତି ଜାରି କରିଥିଲେ। ୧୦ ସପ୍ତାହ ପୂର୍ବେ ରଦ୍ଦ କରାଯାଇଥିବା ଫୈଜଲଙ୍କ ସଦସ୍ୟତାକୁ ପୁନଃ ଅବସ୍ଥାପିତ କରାଯାଇଥିବା ସେ ଏଥିରେ ଉଲ୍ଲେଖ କରିଛନ୍ତି। ଫୈଜଲ ପାର୍ଲାମେଣ୍ଟର ନିମ୍ନ ସଦନକୁ ଯାଇ ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଭେଟିଛନ୍ତି। ସେକ୍ରେଟାରିଏଟ୍‌ ତାଙ୍କ ସଦସ୍ୟତା ରଦ୍ଦ କରିବା ଉଚିତ ନ ଥିଲା ବୋଲି ସେ ପ୍ରତିକ୍ରିୟାରେ କହିଛନ୍ତି।

ପ୍ରତିନିଧିତ୍ୱ କରୁଥିବା ମହମ୍ମଦ ଫୈଜଲ ୨୦୧୯ ଲୋକ ସଭା ନିର୍ବାଚନ ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି.ଏମ୍‌. ସୟିଦଙ୍କ ଜ୍ୱାଇଁ ମହମ୍ମଦ ସାଲିହଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ କେରଳର କଭରଟ୍ଟି ସେସନ୍ସ କୋର୍ଟରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। କୋର୍ଟ ଫୈଜଲଙ୍କ ସହ ଅନ୍ୟ ୩ ଜଣଙ୍କୁ ୧୦ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଏବଂ ୧ ଲକ୍ଷ ଟଙ୍କା ଲେଖାଏ ଜରିମାନା ଆଦେଶ ଦେଇଥିଲେ। ଗତ ଜାନୁୟାରୀ ୧୩ରେ ଲୋକ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଥିଲା। ଫୈଜଲଙ୍କ ଦଣ୍ଡାଦେଶ ଉପରେ କେରଳ ହାଇକୋର୍ଟ ସ୍ଥଗିତାଦେଶ ଜାରି କରିବା ପରେ ତାଙ୍କ ସଦସ୍ୟତା ନିଲମ୍ବନକୁ ପ୍ରତ୍ୟାହାର ପାଇଁ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ଜଷ୍ଟିସ୍‌ କେ.ଏମ୍‌. ଖାନ୍‌ଓ୍ବିଲକର ଏବଂ ବି.ଭି. ନାଗରନତ୍ା ତାଙ୍କ ଆବେଦନକୁ ଗ୍ରହଣ କରିଛନ୍ତି। ଫଳରେ ସେକ୍ରେଟାରିଏଟ୍‌ ତାଙ୍କୁ ଲୋକ ସଭାରେ ପୁନଃ ଅବସ୍ଥାପିତ କରିଛି। ଏହାକୁ ଏନ୍‌ସିପି ପକ୍ଷରୁ ସ୍ବାଗତ କରାଯାଇଛି। ‘ସବୁ ମୋଦି ଚୋର’ ମନ୍ତବ୍ୟ ମାମଲାରେ ଗୁଜରାଟର ସୁରଟ କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ପାଇଥିବା କଂଗ୍ରେସ ନେତା ରାହୁଲଙ୍କ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ରଦ୍ଦ ହୋଇଥିବାବେଳେ ଏହି ନିଷ୍ପତ୍ତି ନିଆଯାଇଛି। କିନ୍ତୁ ରାହୁଲ ଅଦ୍ୟାବଧି କୌଣସି ଉଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri