ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। କଂଗ୍ରେସରୁ ବହିଷ୍କୃତ ବିଧାୟକ ମହମ୍ମଦ ମୋକିମ ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି, ଏହି ବିଧାୟକମାନେ ଗୋଟିଏ ପ୍ଲାଟଫର୍ମରେ ସାମିଲ ହୁଅନ୍ତି।
ଝିଅ ସୋଫିଆ ଫିର୍ଦ୍ଦୋସ କ୍ରସ ଭୋଟିଂ କରିବା ନେଇ ମଧ୍ୟ ମତ ରଖିଛନ୍ତି ମୋକିମ। ସେ କହିଛନ୍ତି, କଂଗ୍ରେସ ଦଳ ଝିଅ ସୋଫିଆଙ୍କୁ ଅଣଦେଖା କରୁଥିଲା। ମୋତେ ବହିଷ୍କାର ପରେ ତାକୁ ବେଶି ଅଣଦେଖା କରାଯାଉଥିଲା। କଟକରେ କାହାକୁ ଦଳରେ ମିଶାଇଲେ ବି ଜଣାଉ ନ ଥିଲେ। ଏପରିକି ଦଳର ମହିଳା କାର୍ଯ୍ୟକ୍ରମକୁ ମଧ୍ୟ ଡାକୁ ନ ଥିଲେ। ଯଦି ଦଳ ତାଙ୍କୁ ବହିଷ୍କାର କରେ ଓଡ଼ିଶା-ଜନତା-କଂଗ୍ରେସ ପାଇଁ କାମ କରିବ।

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ସୂଚନାଯୋଗ୍ୟ, ରାଜ୍ୟ ସଭା ନିର୍ବାଚନକୁ ନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ଏଥର ଅଧିକ ତତ୍ପରତା ପ୍ରକାଶ ପାଇଥିଲା। ପିସିସି ସଭାପତି ଦଳର ୧୪ ବିଧାୟକଙ୍କ ସହିତ ସିପିଆଇଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ଏକତ୍ର କରି ରଖିବାପାଇଁ ବହୁତ ଉଦ୍ୟମ କରିଥିଲେ। ୮ଜଣ ବିଧାୟକଙ୍କୁ ସାଙ୍ଗରେ ନେଇ ବେଙ୍ଗାଲୁରୁ ଯାଇଥିଲେ। ଏହାବାଦ୍‌ ଓଡ଼ିଶାରେ ରହିଥିବା ୬ଜଣ ବିଧାୟକଙ୍କ ମଧ୍ୟରୁ ୩ଜଣ ପାର୍ଟି କଥା ମାନି ନ ଥିଲେ। ଭକ୍ତ କହିଛନ୍ତି, ଦାଶରଥି ଦଳପ୍ରତି ବିଶ୍ୱାସଘାତକତା କରିଛନ୍ତି। ରମେଶ ମୋତେ ଭେଟି ଦଳୀୟ ନିଷ୍ପତ୍ତିକୁ ସମ୍ମାନ ଦେବେ ବୋଲି କଥା ଦେଇଥିଲେ। ହେଲେ ସେ ଧୋକା ଦେଇଛନ୍ତି। ତାଙ୍କ ଭବିଷ୍ୟତକୁ ମଧ୍ୟ ଅନ୍ଧାରକୁ ଠେଲି ଦେଇଛନ୍ତି। ସେହିପରି ସୋଫିଆ ଝିଅଙ୍କ ବଡ଼ ଭବିଷ୍ୟତ ଥିବାବେଳେ ସେ ମଧ୍ୟ ଭୁଲ୍‌ ରାସ୍ତାରେ ଯାଇଛନ୍ତି। ସେମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିବୁ। ଆବଶ୍ୟକ ପଡ଼ିଲେ ସୁପ୍ରିମକୋର୍ଟ ଯିବୁ ବୋଲି ଭକ୍ତ କହିଛନ୍ତି। ସେ କହିଛନ୍ତି, ଏମାନେ ଗଣମାଧ୍ୟମ ସମ୍ମୁଖରେ କଥା ହେଲାବେଳେ ସିଂହ ଭଳି ହେଉଛନ୍ତି, ମାତ୍ର କାର୍ଯ୍ୟରେ ମୂଷା ଓ ଛେଳି ଭଳି ବିକ୍ରି ହୋଇଯାଉଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି, ଘୋଡ଼ା ବେପାର ପଶିଯିବାରୁ ବିଧାୟକମାନେ ଏଭଳି ଭାବେ ନିୟମ ବିରୋଧ କାର୍ଯ୍ୟ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ…

ଏହି ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିବେ ରୋହିତ ଶର୍ମା; ଜାଣନ୍ତୁ ସେ କେତୋଟି ମ୍ୟାଚ ଖେଳିବେ

ନୂଆଦିଲ୍ଲୀ,୧।୧୧: ରୋହିତ ଶର୍ମା ମୁମ୍ବାଇ ଦଳକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) କୁ ଜଣାଇଛନ୍ତି ଯେ, ଡିସେମ୍ବରରେ ହେବାକୁ ଥିବା ‘ବିଜୟ…

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ଆମେରିକା ନିକଟରେ ୭ଟି ସର୍ତ୍ତ ରଖିଲା ଇରାନ: ‘ଏଗୁଡ଼ିକ ପୂରଣ ହେଲେ, ଖୋଲିବ ରାସ୍ତା’

ତେହରାନ,୧।୧୧: ଇରାନ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଶେଷ ହେବାର କୌଣସି ଲକ୍ଷଣ ଦେଖାଯାଉନାହିଁ ଏବଂ ଉଭୟ ଦେଶ ମଧ୍ୟରେ ଉତ୍ତେଜନା କମିବାର ମଧ୍ୟ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

‘ପ୍ରତିବାଦ କରନ୍ତୁ, କିଛି କିଣାକିଣି ମଧ୍ୟ କରନ୍ତୁ, ରାଲି ପୂର୍ବରୁ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ନେତୃତ୍ୱାଧୀନ ‘ଇଣ୍ଡିଆ’ (INDIA) ମେଣ୍ଟ ଦିଲ୍ଲୀର ରାମଲୀଳା ମୈଦାନରେ ଏକ ସମାବେଶ ଆୟୋଜନ କରିବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ ସମସ୍ତ…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?