ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର ‘ହୁଇପ୍‌’କୁ ନ ମାନି କ୍ରସ୍‌ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। କଂଗ୍ରେସରୁ ବହିଷ୍କୃତ ବିଧାୟକ ମହମ୍ମଦ ମୋକିମ ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି, ଏହି ବିଧାୟକମାନେ ଗୋଟିଏ ପ୍ଲାଟଫର୍ମରେ ସାମିଲ ହୁଅନ୍ତି।
ଝିଅ ସୋଫିଆ ଫିର୍ଦ୍ଦୋସ କ୍ରସ ଭୋଟିଂ କରିବା ନେଇ ମଧ୍ୟ ମତ ରଖିଛନ୍ତି ମୋକିମ। ସେ କହିଛନ୍ତି, କଂଗ୍ରେସ ଦଳ ଝିଅ ସୋଫିଆଙ୍କୁ ଅଣଦେଖା କରୁଥିଲା। ମୋତେ ବହିଷ୍କାର ପରେ ତାକୁ ବେଶି ଅଣଦେଖା କରାଯାଉଥିଲା। କଟକରେ କାହାକୁ ଦଳରେ ମିଶାଇଲେ ବି ଜଣାଉ ନ ଥିଲେ। ଏପରିକି ଦଳର ମହିଳା କାର୍ଯ୍ୟକ୍ରମକୁ ମଧ୍ୟ ଡାକୁ ନ ଥିଲେ। ଯଦି ଦଳ ତାଙ୍କୁ ବହିଷ୍କାର କରେ ଓଡ଼ିଶା-ଜନତା-କଂଗ୍ରେସ ପାଇଁ କାମ କରିବ।

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ସୂଚନାଯୋଗ୍ୟ, ରାଜ୍ୟ ସଭା ନିର୍ବାଚନକୁ ନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ଏଥର ଅଧିକ ତତ୍ପରତା ପ୍ରକାଶ ପାଇଥିଲା। ପିସିସି ସଭାପତି ଦଳର ୧୪ ବିଧାୟକଙ୍କ ସହିତ ସିପିଆଇଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ଏକତ୍ର କରି ରଖିବାପାଇଁ ବହୁତ ଉଦ୍ୟମ କରିଥିଲେ। ୮ଜଣ ବିଧାୟକଙ୍କୁ ସାଙ୍ଗରେ ନେଇ ବେଙ୍ଗାଲୁରୁ ଯାଇଥିଲେ। ଏହାବାଦ୍‌ ଓଡ଼ିଶାରେ ରହିଥିବା ୬ଜଣ ବିଧାୟକଙ୍କ ମଧ୍ୟରୁ ୩ଜଣ ପାର୍ଟି କଥା ମାନି ନ ଥିଲେ। ଭକ୍ତ କହିଛନ୍ତି, ଦାଶରଥି ଦଳପ୍ରତି ବିଶ୍ୱାସଘାତକତା କରିଛନ୍ତି। ରମେଶ ମୋତେ ଭେଟି ଦଳୀୟ ନିଷ୍ପତ୍ତିକୁ ସମ୍ମାନ ଦେବେ ବୋଲି କଥା ଦେଇଥିଲେ। ହେଲେ ସେ ଧୋକା ଦେଇଛନ୍ତି। ତାଙ୍କ ଭବିଷ୍ୟତକୁ ମଧ୍ୟ ଅନ୍ଧାରକୁ ଠେଲି ଦେଇଛନ୍ତି। ସେହିପରି ସୋଫିଆ ଝିଅଙ୍କ ବଡ଼ ଭବିଷ୍ୟତ ଥିବାବେଳେ ସେ ମଧ୍ୟ ଭୁଲ୍‌ ରାସ୍ତାରେ ଯାଇଛନ୍ତି। ସେମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିବୁ। ଆବଶ୍ୟକ ପଡ଼ିଲେ ସୁପ୍ରିମକୋର୍ଟ ଯିବୁ ବୋଲି ଭକ୍ତ କହିଛନ୍ତି। ସେ କହିଛନ୍ତି, ଏମାନେ ଗଣମାଧ୍ୟମ ସମ୍ମୁଖରେ କଥା ହେଲାବେଳେ ସିଂହ ଭଳି ହେଉଛନ୍ତି, ମାତ୍ର କାର୍ଯ୍ୟରେ ମୂଷା ଓ ଛେଳି ଭଳି ବିକ୍ରି ହୋଇଯାଉଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି, ଘୋଡ଼ା ବେପାର ପଶିଯିବାରୁ ବିଧାୟକମାନେ ଏଭଳି ଭାବେ ନିୟମ ବିରୋଧ କାର୍ଯ୍ୟ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?