କଟକ,୨୭।୧: ନୂଆ ଦଳ ଗଠନକୁ ନେଇ ମହମ୍ମଦ ମୋକିମ୍ ବଡ଼ ସୂଚନା ଦେଇଛନ୍ତି । ଗତ କିଛି ଦିନ ହେବ ତାଙ୍କ ନୂଆ ଦଳ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଆଜି ସେ ବଡ଼ ଖୁଲାସା କରିଛନ୍ତି । ଓଡ଼ିଶା ଜନତା କଂଗ୍ରେସ କିମ୍ବା ଓଡ଼ିଶା ଲୋକ କଂଗ୍ରେସ ନାଁ ହୋଇପାରେ ବୋଲି ସେ କହିଛନ୍ତି । ନିର୍ଣ୍ଣାୟକ ପର୍ଯ୍ୟାୟରେ ପହଞ୍ଚିନୁ, ଉଦ୍ୟମ ଜାରି ରହିଛି ବୋଲି କହିଛନ୍ତି ମୋକିମ । ତେବେ ଆଗକୁ ନିର୍ବାଚନ ରହିଥିବା ବେଳେ ମୋକିମ କହିଛନ୍ତି, ଦଳ ଗଠନ ପରେ ପୌର ଓ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି କାମ କରିବୁ ।
ତେବେ ତାଙ୍କ ନୂଆ ଦଳ ଓଡ଼ିଶା କୈନ୍ଦ୍ରିକ ପାର୍ଟି ହେବ ଏବଂ ଓଡ଼ିଆ ଲୋକଙ୍କ ପାଇଁ କାମ କରିବ । ପ୍ରସ୍ତୁତି ଚାଲିଛି, ବିଭନ୍ନ ନେତା ଓ ଲୋକଙ୍କୁ ଭେଟୁଛୁ ବୋଲି କହିଛନ୍ତି । ସେହିପରି ଆସନ୍ତା ୩୦ତାରିଖରେ ମହିଳା ସମାବେଶ, ଫେବ୍ରୁଆରୀ ୫ରେ କୃଷକ ସମାବେଶ ହେବ । ବିଭିନ୍ନ ସମସ୍ୟା ସଂପର୍କରେ ସମାବେଶରେ ଆଲୋଚନା ହେବ । ବିଭିନ୍ନ କାର୍ଯ୍ୟକ୍ରମରେ ସୋଫିଆ ପିର୍ଦ୍ଦୋସଙ୍କ ଉପସ୍ଥିତିକୁ ନେଇ ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି । ସୋଫିଆ ମୋକିମ୍ ଫାଉଣ୍ଡେସନର ଟ୍ରଷ୍ଟି ଥିବାରୁ ଉପସ୍ଥିତ ରହୁଛନ୍ତି । ସୋଫିଆ କଂଗ୍ରେସରେ ଅଛନ୍ତି, କଂଗ୍ରେସ ପାଇଁ କାମ କରୁଛନ୍ତି ବୋଲି ସେ ସ୍ପଷ୍ଟ କରିଛନ୍ତି ।

