ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା ମହାଆଡ଼ମ୍ବରରେ ଆୟୋଜିତ ହୋଇଯାଇଛି। ସ୍ଥାନୀୟ ଜାମା ମସ୍‌ଜିଦରୁ ବାହାରିଥିବା ଏହି ଶାନ୍ତି ପଦଯାତ୍ରା ପଠାଣ ସାହି ମଦରସା ଓ ଆଖପାଖ ଅଞ୍ଚଳ ପରିକ୍ରମା କରି ମସଜିଦ ପ୍ରାଙ୍ଗଣରେ ଶେଷ ହୋଇଥିଲା, ଯେଉଁଥିରେ ଶତାଧିକ ଲୋକ ଅଂଶଗ୍ରହଣ କରିଥିଲେ।

ଏହି ଅବସରରେ ଅନୁଷ୍ଠିତ ଧାର୍ମିକ ଆଲୋଚନା ସଭାରେ ଜାମା ମସ୍‌ଜିଦର ଇମାମ ହାମିଦ ରଜା, ପୂର୍ବତନ ଇମାମ ମହମ୍ମଦ ତାଜମଲ ହୁସେନ ରିଜଓ୍ବି ଓ ପୂର୍ବତନ ମୌଲବୀ ଅବଦୁଲ ସତାର ଯୋଗଦେଇ ୍‌ମହମ୍ମଦଙ୍କ ଜୀବନୀ, ମାନବ ସେବା ଓ ଭାଇଚାରା ଉପରେ ଆଲୋକପାତ କରିଥିଲେ। ସମାଜରୁ ଅନ୍ଧବିଶ୍ୱାସ ଦୂର କରିବା, ଶ୍ରମିକଙ୍କୁ ଉଚିତ ସମ୍ମାନ ଓ ପ୍ରାପ୍ୟ ଦେବା, ଭୋକିଲା ଓ ଆର୍ଥିକ ଅସୁବିଧାରେ ଥିବା ଲୋକଙ୍କୁ ସାହାଯ୍ୟ କରିବା ଏବଂ ନିଜ ଆୟର କିଛି ଅଂଶ ଗରିବଙ୍କ କଲ୍ୟାଣରେ ବ୍ୟୟ କରିବା ପାଇଁ ସେମାନେ ଆହୱାନ ଦେଇଥିଲେ।

ମସ୍‌ଜିଦ୍‌ ସଭାପତି ମହମ୍ମଦ ଜାମିଲ, ସମ୍ପାଦକ ସୟଦ କରିମ୍‌ଙ୍କ ସମେତ ସମ୍ପ୍ରଦାୟର ଅନେକ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଆଇଆଇସି ବିଜୟ କୁମାର ସାଇଁଙ୍କ ନେତୃତ୍ୱରେ ସ୍ଥାନୀୟ ପୋଲିସ ବାହିନୀ ସମ୍ପୂର୍ଣ୍ଣ ସହଯୋଗ କରିବାରୁ କାର୍ଯ୍ୟକ୍ରମଟି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?