ମୁହୟିଦ୍ଦିନ ହୋଇପାରନ୍ତି ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୨୨ା୧୧: ମାଲେସିଆରେ ଶନିବାର ଅନୁଷ୍ଠିତ ପଞ୍ଚଦଶ ସାଧାରଣ ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ଜନାଦେଶ ମିଳି ନ ଥିବାରୁ ଝୁଲା ସରକାର ଗଠନ ହେବାକୁ ଯାଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ମୁହୟିଦ୍ଦିନ ୟାସିନଙ୍କୁ ରବିବାର ଦୁଇଟି ରାଜନୈତିକ ବ୍ଲକ୍‌ର ସମର୍ଥନ ମିଳିବା ପରେ ସେ ନୂଆ ସରକାର ଗଠନ ନେଇ ଦାବି କରିଛନ୍ତି। ପରବର୍ତ୍ତୀ ସରକାର ଦକ୍ଷିଣପନ୍ଥୀ ଧର୍ମୀୟ ମେଣ୍ଟ ମଳୟ ନ୍ୟାଶନାଲିଷ୍ଟ ଗଠନ କରିବାକୁ ଥିବାବେଳେ ମେଣ୍ଟକୁ ନେଇ ଡିଲ୍‌ ଉପରେ ରାଜାଙ୍କ ଅନୁମୋଦନକୁ ଅପେକ୍ଷା କରାଯାଇଛି।
ଆସନ ବିଶିଷ୍ଟ ମାଲେସିଆ ପାର୍ଲାମେଣ୍ଟରେ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୧୨। ପେରିକାତନ ନ୍ୟାଶନାଲିଷ୍ଟ ମେଣ୍ଟର ମୁଖ୍ୟ ମୁହୟିଦ୍ଦିନ କହିଛନ୍ତି, ବୋର୍ଣ୍ଣିଓ ଦ୍ୱୀପର ଦୁଇଟି ଆଞ୍ଚଳିକ ଦଳ ତାଙ୍କୁ ସମର୍ଥନ କରିଛନ୍ତି। ଫଳରେ ତାଙ୍କ ମେଣ୍ଟର ଆସନ ସଂଖ୍ୟା ୭୩ରୁ ୧୦୧କୁ ବୃଦ୍ଧି ପାଇବ। ବିରୋଧୀ ଦଳ ନେତା ଅନଓ୍ବର ଇବ୍ରାହିମ୍‌ଙ୍କ ପକାତନ ହରପାନ୍‌ ମେଣ୍ଟକୁ ୮୨ ଆସନରେ ସଫଳତା ମିଳିଛି। ସେ ମଧ୍ୟ ସରକାର ଗଠନ ଲାଗି ଅନ୍ୟ ଦଳଗୁଡ଼ିକର ସହଯୋଗ ଲୋଡ଼ିଛନ୍ତି। ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଇସ୍‌ମାଇଲ୍‌ ସବ୍ରି ୟାକୋବ୍‌ଙ୍କ ବରିସାନ ନ୍ୟାଶନାଲ ଆଲାଏନ୍ସ ୧୭୮ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବାବେଳେ ମାତ୍ର ୩୦ ଆସନରେ ବିଜୟୀ ହୋଇଛି। ଏହି ଦକ୍ଷିଣପୂର୍ବ ଏସୀୟ ରାଷ୍ଟ୍ରରେ ରାଜନୈତିକ ଅନିଶ୍ଚିତତା ଲାଗିରହିଥିବାରୁ ଅନେକ ବର୍ଷ ମଧ୍ୟରେ ୩ ପ୍ରଧାନମନ୍ତ୍ରୀ କ୍ଷମତାକୁ ଯାଇଛନ୍ତି। ସର୍ବାଧିକ ସମୟ ଧରି ଦେଶକୁ ଶାସନ କରିଥିବା ୯୭ ବର୍ଷୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ମହାଥିର ମହମ୍ମଦ ୫୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ପରାଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri