ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ

ପୁତ୍ରଜୟା, ୯ା୩: ଦୁର୍ନୀତି ମାମଲାରେ ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ମୁହିଦ୍ଦିନ୍‌ ୟାସିନ୍‌ଙ୍କୁ ଗୁରୁବାର ଗିରଫ କରାଯାଇଛି। ଏହାପରେ ତାଙ୍କୁ କୋର୍ଟରେ ହାଜର କରାଯିବ। ତାଙ୍କ ଉପରେ ଦୁର୍ନୀତି ଅଭିଯୋଗ ରହିଛି। ମାଲେସିଆ ଆଣ୍ଟି କରପସନ୍‌ କମିଶନଙ୍କୁ ତାଙ୍କ ବିରୋଧରେ କେତେକ ପ୍ରମାଣ ମିଳିବା ପରେ ଗୁରୁବାର ମୁହିଦ୍ଦିନ୍‌ଙ୍କୁ ଗିରଫ କରାଯାଇଛି। ଶୁକ୍ରବାର ମୁହିଦ୍ଦିନଙ୍କୁ ବିଭିନ୍ନ ଦୁର୍ନୀତି ଏବଂ ମନିଲଣ୍ଡରିଂ ମାମଲାରେ ବିଚାରର ସମ୍ମୁଖୀନ ହେବାକୁ ପଡ଼ିବ। ତାଙ୍କର ୧୭ ମାସର କାର୍ଯ୍ୟକାଳ ମଧ୍ୟରେ ବହୁ ପ୍ରକଳ୍ପ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ହୋଇଛି। ମୁହିଦ୍ଦିନ୍‌ ୨୦୨୦ ମାର୍ଚ୍ଚରୁ ୨୦୨୧ ଅଗଷ୍ଟ ପର୍ଯ୍ୟନ୍ତ ମାଲେସିଆ ପ୍ରଧାନମନ୍ତ୍ରୀ ଥିଲେ। କ୍ଷମତାରୁ ଯିବା ପରେ ଗିରଫ ଦୋଷୀସାବ୍ୟସ୍ତ ହେବାର ସେ ଦେଶର ଦ୍ୱିତୀୟ ନେତା। ଏହାପୂର୍ବରୁ ୨୦୧୮ରେ ସାଧାରଣ ନିର୍ବାଚନ ହାରିଯିବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ନଜିବ ରାଜାକଙ୍କୁ ଏକାଧିକ ଦୁର୍ନୀତି ମାମଲାରେ ଦୋଷୀସାବ୍ୟସ୍ତ କରାଯିବା ସହ ୧୨ ବର୍ଷ ଜେଲଦଣ୍ଡ ହୋଇଥିଲା। ଗତ ନଭେମ୍ବର ନିର୍ବାଚନରେ ପ୍ରଧାନମନ୍ତ୍ରୀ ଅନଓ୍ବର ଇବ୍ରାହିମ୍‌ କ୍ଷମତାକୁ ଆସିବା ପରେ ପୂର୍ବ ସରକାରର ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଦୁର୍ନୀତି ନିରୋଧୀ ସଂସ୍ଥା ଦ୍ୱାରା ନିରପେକ୍ଷ ତଦନ୍ତ କରାଯାଇଛି, ଏହା ପଛରେ କୌଣସି ରାଜନୈତିକ ଉଦ୍ଦେଶ୍ୟ ନାହିଁ ବୋଲି ପ୍ରଧାନମନ୍ତ୍ରୀ ଇବ୍ରାହିମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri