Posted inଜାତୀୟ

ଜୟଶଙ୍କରଙ୍କୁ ଭେଟିଲେ ମୁଇଜୁ

ନୂଆଦିଲ୍ଲୀ, ୭।୧୦: ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ରବିବାର ତାଙ୍କ ୪ ଦିନିଆ ଭାରତ ଗସ୍ତ ଆରମ୍ଭ କରିଛନ୍ତି। ସେ ମାଳଦ୍ୱୀପର ପ୍ରଥମ ମହିଳା ସାଜିଦା ମହମ୍ମଦଙ୍କ ସହ ଦିଲ୍ଲୀରେ ଆସି ପହଞ୍ଚିଛନ୍ତି। ଏହାପରେ ସେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସହ ଆଲୋଚନା କରିଛନ୍ତି। ଏନେଇ ଜୟଶଙ୍କର ଏକ୍ସ’ରେ ସୂଚନା ଦେଇଛନ୍ତି। ଭାରତ ଓ ମାଳଦ୍ୱୀପ ମଧ୍ୟରେ ଥିବା ସମ୍ପର୍କକୁ ବଢ଼ାଇବା ପାଇଁ ମୁଇଜୁଙ୍କ ଏହି ଗସ୍ତ ସହାୟକ ହେବ ବୋଲି ସେ କହିଛନ୍ତି। ଉଭୟ ଦେଶର ପାରସ୍ପରିକ ସ୍ବାର୍ଥକୁ ଦୃଷ୍ଟିରେ ରଖି ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୁଇଜୁଙ୍କର ବିଭିନ୍ନ ଦ୍ୱିପାକ୍ଷିକ, ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା ହେବ ବୋଲି ଜୟଶଙ୍କର ସୂଚନା ଦେଇଛନ୍ତି। ତେବେ ୪ ମାସ ମଧ୍ୟରେ ଏହା ହେଉଛି ମୁଇଜୁଙ୍କର ଦ୍ୱିତୀୟ ଭାରତ ଗସ୍ତ। ସେ ଗତ ଜୁନ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଥିଲେ। ତେବେ ଦ୍ୱିପାକ୍ଷିକ ଆଲୋଚନା ପାଇଁ ମୁଇଜୁ ପ୍ରଥମଥର ପାଇଁ ଭାରତ ଗସ୍ତରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri