ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି ପରିସ୍ଥିତିରେ ହୋଇଛି ସେନେଇ ସଠିକ କିଛି ଜଣାପଡ଼ିନାହିଁ। ନାରାୟଣଙ୍କ ସୁନା ଚେନ ଓ ମନି ପର୍ସ ମିଳୁନାହିଁ। ତେଣୁ ତାଙ୍କର ମୃତ୍ୟୁକୁ ନେଇ ପରିବାର ଲୋକେ ନାନା ସନ୍ଦେହରେ ଅଛନ୍ତି। ଏହାସହ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଚିହ୍ନ ଥିବା କୁହାଯାଉଛି। ତଦନ୍ତ ପରେ ଘଟଣାର ସତ୍ୟତା ଜଣାପଡ଼ିବ। ଭଞ୍ଜନଗର ପୋଲିସ ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇ ଦେଇଛି। ଗୁରୁବାର ମୃତଦେହ ବ୍ୟବଛେଦ ହେବ। ନାରାୟଣ ଜଣେ ମେଲାପି ଏବଂ ଧର୍ମପରାୟଣ ବ୍ୟକ୍ତି ଥିଲେ। ତାଙ୍କର ବିୟୋଗରେ ଭଞ୍ଜନଗର ଅଞ୍ଚଳରେ ଶୋକରଛାୟା ଖେଳିଯାଇଛି। ପ୍ରକାଶ ଯେ ନାରାୟଣଙ୍କ ଘର ହେଉଛି ବେଲଗୁଣ୍ଠା କୋଳି ସାହିରେ। ସେ ଭଞ୍ଜନଗର ମୁଖ୍ୟ ଡାକ ଘରେ ବହୁଦିନ ଧରି ଚାକିରି କରିଥିଲେ। ବିଗତ ଦେଢ଼ ବର୍ଷ ହେବ ସେ ମୁଜାଗଡ ବଦଳି ହୋଇଯାଇଥିଲେ। ବୁଧବାର ରାତି ପ୍ରାୟ ୮ ଟା ପରେ କାମ ସାରି କାର୍ଯ୍ୟାଳୟରେ ତାଲା ପକାଇ ନାରାୟଣ ଭଞ୍ଜନଗର ଏଲ ଆଇ ସି କଲୋନୀ ସ୍ଥିତ ଘରକୁ ଫେରୁଥିଲେ। ବାଟରେ ମୁଜାଗଡ ଗ୍ରାମଠାରୁ ଏକ କିମି ଦୂରରେ ନାରାୟଣ ରାସ୍ତା ଉପରେ ଗାଡି ସହ ପଡ଼ିଥିଲେ। ଏହି ସମୟରେ ସେହି ରାସ୍ତାରେ ଯାଉଥିବା ଏକ ଆମ୍ବୁଲାନ୍ସ ଗାଡ଼ି ଚାଳକ ନାରାୟଣଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ଏଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ଅଧିକ ଚିକିତ୍ସା ପାଇଁ ନିଆଯାଉଥିଲା। ବାଟରେ ସେ ମୃତ୍ୟୁବରଣ କରିଥିଲେ। ନାରାୟଣ ଡାକ ବିଭାଗର ଜଣେ ଭଦ୍ର ଏବଂ ମେଳାପୀ କର୍ମଚାରୀ ଭାବେ ପରିଚିତ ଥିଲେ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri