ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ ବୋଇରାଣୀ ମଧ୍ୟରେ ହୋଇଥିଲା। ଏଥିରେ ବୋଇରାଣୀ ୫ ଉଇକେଟରେ ବିଜୟୀ ହୋଇଥିଲା। ସାନକୋଦଣ୍ଡା ପ୍ରଥମେ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଦଳ ନିର୍ଦ୍ଧାରିତ ୧୬ ଓଭରରେ ସମସ୍ତ ଉଇକେଟ ହରାଇ ୧୫୨ ରନ୍ ସଂଗ୍ରହ କରିଥିଲା। ବୋଇରାଣୀ ଦ୍ୱିତୀୟ ବ୍ୟାଟିଂ କରି ୧୪ ଓଭର ୧ ବଲରେ ୫ ଉଇକେଟ ବିନିମୟରେ ବିଜୟ ପାଇଁ ଆବଶ୍ୟକ ରନ୍ ସଂଗ୍ରହ କରି ନେଇଥିଲା। ବୋଇରାଣୀର ପ୍ରଦୀପ ଶ୍ରେଷ୍ଠ ଖେଳାଳି ଓ ମିଟୁ ମ୍ୟାନ ଅଫ ଦି ମ୍ୟାଚ୍ ପୁରସ୍କାର ପାଇଥିଲେ।

ପୁରସ୍କାର ବିତରଣୀ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖେଳାଳୀ ମାନଙ୍କୁ ପୁରସ୍କୃତ କରିଥିଲେ। ଏଥିସହ ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ସରକାର ସବୁ ପ୍ରକାର ପଦକ୍ଷେପ ନେଇଛନ୍ତି ବୋଲି ବିଧାୟକ ନାୟକ କହିଥିଲେ। କନ୍ଧମାଳ ଏମ ପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ, ଭାଜପା ନେତା ଧୋବା ଗୌଡ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ରାଜା ସାହୁ ଧାରା ବିବରଣୀ ପ୍ରଦାନ କରିଥିଲେ। ଦୀପକ ସାହୁ ସ୍କୋରର ଦାୟିତ୍ୱରେ ଥିଲେ। ସୁମନ୍ତ ସାହୁ ଓ ପୂର୍ଣ୍ଣ ନାୟକ ଅମ୍ପାୟାରିଂ କରିଥିଲେ। ସ୍ବେଛାସେବୀ ଅଭୟ ପ୍ରଧାନ ସଭାକୁ ସଂଯୋଜନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri