ପୁଣି ଗୌତମ ଆଦାନୀଙ୍କୁ ପଛରେ ପକାଇଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧।୨: ରିଲାଏନ୍ସ କମ୍ପାନୀର ମାଲିକ ମୁକେଶ ଅମ୍ବାନୀ ପୁଣି ଥରେ ଦେଶର ସବୁଠାରୁ ଧନୀ ବ୍ୟକ୍ତି ହୋଇଛନ୍ତି। ସର୍ବାଧିକ ନେଟଓ୍ବର୍ଥ ମୂଲ୍ୟ ଦୃଷ୍ଟିରୁ ମୁକେଶ ଅମ୍ବାନୀ ଆଦାନୀ ଗ୍ରୁପର ମାଲିକ ଗୌତମ ଆଦାନୀଙ୍କୁ ପଛରେ ପକାଇଦେଇଛନ୍ତି। ଏନେଇ ବୁଧବାର ଫୋର୍ବସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଗୌତମ ଆଦାନୀଙ୍କ ଶେୟାରରେ ହ୍ରାସ ଯୋଗୁ ତାଙ୍କର ନିଟ୍‌ ମୂଲ୍ୟ ୮୩.୯ ବିଲିୟନ ଡଲାର ପହଞ୍ଚିଥିବା ବେଳେ ରିଲାଏନ୍ସ ମାଲିକ ମୁକେଶ ଅମ୍ବାନୀଙ୍କ ନିଟ୍‌ ମୂଲ୍ୟ ବର୍ତ୍ତମାନ ୮୪.୩ ବିଲିୟନ ଡଲାରରେ ପହଞ୍ଚିଛି। ଫୋର୍ବସ ଅନୁଯାୟୀ, ଆଦାନୀ ବର୍ତ୍ତମାନ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତିଙ୍କ ତାଲିକାରେ ୧୦ନମ୍ବରରେ ରହିଥିବା ବେଳେ ଅମ୍ବାନୀ ୯ ନମ୍ବରରେ ଅଛନ୍ତି। ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଆଦାନୀ ୧୦ଶହ କୋଟି ଟଙ୍କାର କ୍ଷତି ହୋଇଛି। ଅନ୍ୟପଟେ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତିଙ୍କ ତାଲିକାର ଟପ୍‌-୧୦ରେ ବର୍ନାର୍ଡ ଆର୍ନଲ୍ଟ ଏକ ନମ୍ବରରେ ରହିଛନ୍ତି। ତାଙ୍କର ନିଟ୍‌ ମୂଲ୍ୟ ୨୧୪ବିଲିୟନ ଡଲାର ରହିଛି। ସେହିପରି ଏଲୋନ ମସ୍କ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ତାଙ୍କର ନେଟୱାଥର୍ର୍ ୧୭୮.୩ ବିଲିୟନ ଡଲାର୍‌ ରହିଛି। ଏହାପରେ ଜେଫ ବେଜୋସ ୧୨୬.୩ ବିଲିୟନ ଡଲାର ସମ୍ପତ୍ତି ସହିତ ତୃତୀୟ ସ୍ଥାନରେ ଥିବା ଜଣାପଡ଼ିଛି। ଏହି ତାଲିକାର ଚତୃର୍ଥରେ ୧୧.୯ ବିଲିୟନ ଡଲାର ସହ ଲ୍ୟାରୀ ଏଲିସନ୍‌, ପଞ୍ଚମରେ ଓ୍ବାରେନ୍‌ ବଫେଟ(୧୦୮.୫ ବିଲିୟନ ଡଲାର), ଷଷ୍ଠରେ ବିଲ୍‌ ଗେଟ୍ସ୍‌ (୧୦୪.୫ ବିଲିୟନ ଡଲାର), ସପ୍ତମ ସ୍ଥାନରେ କାର୍ଲୋସ୍‌ ସ୍ଲିମ୍‌ (୯୧.୭ ବିଲିୟନ ଡଲାର), ଅଷ୍ଟମରେ ଲ୍ୟାରୀ ପେଜ୍‌ (୮୫.୮ବିଲିୟନ ଡଲାର), ନବମରେ ମୁକେଶ ଅମ୍ବାନୀ ଓ ଦଶମରେ ଗୌତମ ଆଦାନୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri