ପୁଣି ଗୌତମ ଆଦାନୀଙ୍କୁ ପଛରେ ପକାଇଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧।୨: ରିଲାଏନ୍ସ କମ୍ପାନୀର ମାଲିକ ମୁକେଶ ଅମ୍ବାନୀ ପୁଣି ଥରେ ଦେଶର ସବୁଠାରୁ ଧନୀ ବ୍ୟକ୍ତି ହୋଇଛନ୍ତି। ସର୍ବାଧିକ ନେଟଓ୍ବର୍ଥ ମୂଲ୍ୟ ଦୃଷ୍ଟିରୁ ମୁକେଶ ଅମ୍ବାନୀ ଆଦାନୀ ଗ୍ରୁପର ମାଲିକ ଗୌତମ ଆଦାନୀଙ୍କୁ ପଛରେ ପକାଇଦେଇଛନ୍ତି। ଏନେଇ ବୁଧବାର ଫୋର୍ବସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଗୌତମ ଆଦାନୀଙ୍କ ଶେୟାରରେ ହ୍ରାସ ଯୋଗୁ ତାଙ୍କର ନିଟ୍‌ ମୂଲ୍ୟ ୮୩.୯ ବିଲିୟନ ଡଲାର ପହଞ୍ଚିଥିବା ବେଳେ ରିଲାଏନ୍ସ ମାଲିକ ମୁକେଶ ଅମ୍ବାନୀଙ୍କ ନିଟ୍‌ ମୂଲ୍ୟ ବର୍ତ୍ତମାନ ୮୪.୩ ବିଲିୟନ ଡଲାରରେ ପହଞ୍ଚିଛି। ଫୋର୍ବସ ଅନୁଯାୟୀ, ଆଦାନୀ ବର୍ତ୍ତମାନ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତିଙ୍କ ତାଲିକାରେ ୧୦ନମ୍ବରରେ ରହିଥିବା ବେଳେ ଅମ୍ବାନୀ ୯ ନମ୍ବରରେ ଅଛନ୍ତି। ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଆଦାନୀ ୧୦ଶହ କୋଟି ଟଙ୍କାର କ୍ଷତି ହୋଇଛି। ଅନ୍ୟପଟେ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତିଙ୍କ ତାଲିକାର ଟପ୍‌-୧୦ରେ ବର୍ନାର୍ଡ ଆର୍ନଲ୍ଟ ଏକ ନମ୍ବରରେ ରହିଛନ୍ତି। ତାଙ୍କର ନିଟ୍‌ ମୂଲ୍ୟ ୨୧୪ବିଲିୟନ ଡଲାର ରହିଛି। ସେହିପରି ଏଲୋନ ମସ୍କ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ତାଙ୍କର ନେଟୱାଥର୍ର୍ ୧୭୮.୩ ବିଲିୟନ ଡଲାର୍‌ ରହିଛି। ଏହାପରେ ଜେଫ ବେଜୋସ ୧୨୬.୩ ବିଲିୟନ ଡଲାର ସମ୍ପତ୍ତି ସହିତ ତୃତୀୟ ସ୍ଥାନରେ ଥିବା ଜଣାପଡ଼ିଛି। ଏହି ତାଲିକାର ଚତୃର୍ଥରେ ୧୧.୯ ବିଲିୟନ ଡଲାର ସହ ଲ୍ୟାରୀ ଏଲିସନ୍‌, ପଞ୍ଚମରେ ଓ୍ବାରେନ୍‌ ବଫେଟ(୧୦୮.୫ ବିଲିୟନ ଡଲାର), ଷଷ୍ଠରେ ବିଲ୍‌ ଗେଟ୍ସ୍‌ (୧୦୪.୫ ବିଲିୟନ ଡଲାର), ସପ୍ତମ ସ୍ଥାନରେ କାର୍ଲୋସ୍‌ ସ୍ଲିମ୍‌ (୯୧.୭ ବିଲିୟନ ଡଲାର), ଅଷ୍ଟମରେ ଲ୍ୟାରୀ ପେଜ୍‌ (୮୫.୮ବିଲିୟନ ଡଲାର), ନବମରେ ମୁକେଶ ଅମ୍ବାନୀ ଓ ଦଶମରେ ଗୌତମ ଆଦାନୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri