ମୁକେଶ ବିଶ୍ୱର ୫ମ ଧନୀ

ନୂଆଦିଲ୍ଲୀ,୨୨।୭: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ବିଶ୍ୱର ୫ମ ଧନୀ ବ୍ୟକ୍ତି ଭାବେ ବିବେଚିତ ହୋଇଛନ୍ତି। ଜୁଲାଇ ଦ୍ୱିତୀୟ ସପ୍ତାହରେ ସେ ବିଶ୍ୱ ଧନୀ ତାଲିକାରେ ୬ ନମ୍ବର ସ୍ଥାନରେ ରହିଥିଲେ। ସେହି ସମୟରେ ତାଙ୍କ ସମ୍ପତ୍ତି ୭୨.୪ ବିଲିୟନ ରହିଥିଲା। ବୁଧବାର ସେ ଏହି ତାଲିକାରେ ପଞ୍ଚମ ସ୍ଥାନକୁ ଯାଇଛନ୍ତି। ୮ ଦିନ ମଧ୍ୟରେ ତାଙ୍କ ସମ୍ପତ୍ତିରେ ୨.୬ ବିଲିୟନ ଡଲାରର ବୃଦ୍ଧି ପରିଲକ୍ଷିତ ହୋଇଛି। ତାଲିକାରେ ପ୍ରଥମ ସ୍ଥାନରେ ଆମାଜନ ସିଇଓ ଜେଫ୍‌ ବେଜୋସ ରହିଛନ୍ତି। ତାଙ୍କର ମୋଟ ସମ୍ପତ୍ତି ପରିମାଣ ୧୮୫.୮ ବିଲିୟନ ଡଲାର ରହିଛି। ଦ୍ୱିତୀୟ ସ୍ଥାନରେ ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ ରହିଛନ୍ତି। ତାଙ୍କ ପାଖରେ ୧୧୩.୧ବିଲିୟନ ଡଲାରର ସମ୍ପତ୍ତି ରହିଛି। ୧୧୨ ବିଲିୟନ ଡଲାର ସମ୍ପତ୍ତି ସହ ତୃତୀୟରେ ବର୍ନାଡ ଆର୍‌ନଲ୍ଟ ଏବଂ ପରିବାର, ୮୯ ବିଲିୟନ ଡଲାର ସମ୍ପତ୍ତି ସହ ୪ର୍ଥ ସ୍ଥାନରେ ଫେସ୍‌ବୁକ୍‌ର ମାର୍କ ଜୁକରବର୍ଗ ରହିଛନ୍ତି। ମୁକେଶ ଅମ୍ବାନୀଙ୍କ ସମ୍ପତ୍ତି ଜୁକରବର୍ଗଙ୍କ ସମ୍ପତ୍ତିଠାରୁ ୧୪.୪ ବିଲିୟନ ଡଲାର କମ୍‌ ରହିଛି। ମୁକେଶଙ୍କ ପରେ ୭୨.୭ ବିଲିୟନ ଡଲାର ସମ୍ପତ୍ତି ସହ ୬ ନମ୍ବର ସ୍ଥାନରେ ଓ୍ବାରେନ ବଫେଟ, ସପ୍ତମରେ ଲେରୀ ଏଲିସନ, ଅଷ୍ଟମରେ ଏଲନ ମସ୍କ, ନବମରେ ଷ୍ଟିଭ ବାଲମର ଏବଂ ଲେରୀ ପେଜ୍‌ ୧୦ ସ୍ଥାନରେ ରହିଛନ୍ତି। ବର୍ତ୍ତମାନ ଲଗାତର ଭାବେ ରିଲାଏନ୍ସର ଶେୟାରରେ ଉନ୍ନତି ଦେଖାଯାଉଛି। ଏହାର ଶେୟାର ୫୨ ସପ୍ତାହର ଉଚ୍ଚତମ ସ୍ତରରେ ରହିଛି। ବୁଧବାର କମ୍ପାନୀର ଶେୟାର ମୂଲ୍ୟ ୨ ହଜାର ଟଙ୍କା ଟପିଥିବା ଜଣାପଡିଛି। ଗତ ୪ମାସରେ ରିଲାଏନ୍ସର ଶେୟାର ୧୩୦% ବଢ଼ିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri