Posted inUncategorized

ମୁକେଶ-ନୀତା ଅମ୍ବାନୀଙ୍କ ବଡ଼ ଉପଲବ୍ଧି: ଟାଇମ୍‌ ୧୦୦ ଫିଲାନ୍‌ଥ୍ରୋପି ତାଲିକାରେ ସାମିଲ

ମୁମ୍ବାଇ,୨୧।୫:ରିଲାଏନ୍ସ ଗ୍ରୁପ୍‌ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀ ଟାଇମ୍‌ ୧୦୦ ଫିଲାନ୍‌ଥ୍ରୋପି ୨୦୨୫ ବିଶ୍ୱ ତାଲିକାରେ ସାମିଲ ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ଆମେରିକୀୟ ପତ୍ରିକା ‘ଟାଇମ୍‌’ର ପ୍ରଥମ ‘ଟାଇମ୍‌ ୧୦୦ ଫିଲାନ୍‌ଥ୍ରୋପି ୨୦୨୫’ ବିଶ୍ୱ ତାଲିକା ପ୍ରକାଶ କରିଛି। ଯେଉଁଥିରେ ଦାନ ଏବଂ ସମାଜସେବାର ଭବିଷ୍ୟତକୁ ଆକାର ଦେଉଥିବା ୧୦୦ ଜଣ ବିଶ୍ୱସ୍ତରର ବ୍ୟକ୍ତିଙ୍କୁ ସ୍ଥାନ ଦିଆଯାଇଛି। ଏହି ତାଲିକାରେ ଭାରତୀୟ ବ୍ୟବସାୟ ମୁକେଶ ଏବଂ ନୀତା ଅମ୍ବାନୀଙ୍କ ନାମ ମଧ୍ୟ ସାମିଲ ହୋଇଛି।
ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଏବଂ ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ଏବଂ ଅଧ୍ୟକ୍ଷା ନୀତା ଅମ୍ବାନୀ ୨୦୨୪ରେ ୪୦୭ କୋଟି ଟଙ୍କା (ପ୍ରାୟ ୪୮ ନିୟୁତ ଡଲାର) ଦାନ କରିଛନ୍ତି। ଏପରିକି ଉଭୟେ ମୁକେଶ ଓ ନୀତା ଦେଶର ସବୁଠାରୁ ବଡ଼ ଦାତାଙ୍କ ମଧ୍ୟରେ ସ୍ଥାନ ପାଇବା ସହ ବିଶ୍ୱସ୍ତରରେ ସେମାନଙ୍କର ପରୋପକାର ଚିନ୍ତାଧାରା ଏକ ସ୍ବତନ୍ତ୍ର ପରିଚୟ ମଧ୍ୟ ସୃଷ୍ଟି କରିଛି।
ଅମ୍ବାନୀ ଦମ୍ପତିଙ୍କ ପରୋପକାର ପଦକ୍ଷେପ ଶିକ୍ଷା, ସ୍ବାସ୍ଥ୍ୟ, ମହିଳା ସଶକ୍ତୀକରଣ, ଗ୍ରାମୀଣ ବିକାଶ, କ୍ରୀଡ଼ା ଏବଂ ବିପର୍ଯ୍ୟୟ ସହାୟତା ଭଳି ବିବିଧ କ୍ଷେତ୍ରରେ ଦେଶର ଲକ୍ଷ ଲକ୍ଷ ଲୋକଙ୍କ ଜୀବନକୁ ପ୍ରଭାବିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ପରେ ଶେଷ ହେବ ଖରିଫ ଧାନ ସଂଗ୍ରହ: ଏବେ ବି ଟୋକନ ଅପେକ୍ଷାରେ…

ଭୁବନେଶ୍ୱର,୨୫।୩: ରାଜ୍ୟରେ ୭ ଦିନ ପରେ ଶେଷ ହେବ ଖରିଫ ଧାନ ସଂଗ୍ରହ। ଏବେ ବି ୧ ଲକ୍ଷ ୬୩ ହଜାର ଚାଷୀ ୭ ଦିନ ପରେ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଜାରି ହେଲା ନୂଆ ସିଡ୍ୟୁଲ, ଜାଣନ୍ତୁ ରୋହିତ ବିରାଟ ଖେଳିବେ କେତୋଟ ମ୍ୟାଚ

ନୂଆଦିଲ୍ଲୀ,୨୧।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ଅପେକ୍ଷା ଶେଷରେ ଶେଷ ହେବାକୁ ଯାଉଛି, ଟୁର୍ଣ୍ଣାମେଣ୍ଟ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚ…

କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି…

ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ…

୫ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ) : ରାଜ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ…

ବିଷାକ୍ତ ଶିଳ୍ପର ଯାତ୍ରା

ମାନବ ସଭ୍ୟତାର ସବୁଠାରୁ ବଡ଼ ଦୁଃଖଦ ଘଟଣା ମଧ୍ୟରୁ ଗୋଟିଏ ହେଉଛି, ଯେତେବେଳେ ଶିଳ୍ପ ଏବଂ ଲାଭ ପାଇଁ ଭୋକ ବୃଦ୍ଧି ପାଇଛି, ସେତେବେଳେ ପ୍ରଥମେ ମାନବ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri