ଫଳାଫଳ ପୂର୍ବରୁ ଚର୍ଚ୍ଚାରେ ଥିଲେ ମୁକେଶ

ଲୋଇସିଂହା,୪।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲାରେ ଦ୍ୱିତୀୟ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ। ମଙ୍ଗଳବାର ଭୋଟ ଗଣତି ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିଦ୍ବନ୍ଦୀ ବିଜେଡ଼ି ପ୍ରାର୍ଥୀଙ୍କ ଠାରୁ ଭାଜପା ବିଧାୟକ ପ୍ରାର୍ଥୀ ମୁକେଶ ମହାଲିଙ୍ଗ ୧୯ ହଜାରରୁ ଅଧିକ ବ୍ୟବଧାନ ରେ ବିଜୟୀ ହୋଇଛନ୍ତି। ମେ ୧୩ରେ ର୍ନିବାଚନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନ ସରିବା ପରେ ଭାଜପା ଓ ବିଜେଡ଼ି ମଧ୍ୟରେ ସିଧା ସଳଖ ଲଢ଼େଇ ହେଉଥିବା ନେଇ ଆଲୋଚନା ହୋଇଥିଲା। ଏଠାରୁ ଭାଜପା ବିଧାୟକ ପ୍ରାର୍ଥୀ ମୁକେଶ ମଲିଂ ପୁଣି ବିଜୟୀ ହେବା ସହ ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବ ବୋଲି ତାଙ୍କ ସମର୍ଥକ କହି ବୁଲିବା ସହ ଛକ ଛକରେ ଆଲୋଚନା କରୁଥିଲେ। ଓଡ଼ିଶାରେ ଭାଜପା ସରକାରହେଲେ ମୁକେଶଙ୍କୁ ଦଳ ମୁଖ୍ୟ ମନ୍ତ୍ରୀପଦ ଦେଇପାରନ୍ତି ବୋଲି ସମର୍ଥକ ଆଲୋଚନା ଆରମ୍ଭ କରିଦେଇଥିଲେ। ଏପରିକି ଏହି ଆଲୋଚନା ରାଜଧାନୀ ବି ହେଉଥିବା ସମର୍ଥକ କହୁଥିଲେ। ସତକୁ ସତ ରାଜ୍ୟରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରିବା ସହ ମୁକେଶ ବଡ଼ ବ୍ୟବଧାନ ରେ ବିଜୟୀ ହୋଇଛନ୍ତି। ତାଙ୍କ ସମର୍ଥକଙ୍କ ଆଶା ଦ୍ୱିଗୁଣିତ ହୋଇ ଯାଇଛି। ଏ ସମ୍ପର୍କରେ ମୁକେଶଙ୍କୁ ପଚାରିବାରୁ, ସମର୍ଥକଙ୍କ ଆଲୋଚନାକୁ ଖଣ୍ଡନ କରି ନ ଥିଲେ। ଭାଜପା ଏକ କ୍ୟାଡର ବେଶ୍‌ ତଥା ଗଣତାନ୍ତ୍ରିକ ଦଳ। ଦଳ ଯାହା ନିଷ୍ପତ୍ତି ନେବ ଓ ଦାୟିତ୍ୱ ଦେବ ତାହାକୁ ଗ୍ରହଣ କରିବି ଏବଂ ସୂଚାରୁ ରୂପେ ତୁଲାଇବାକୁ ଚେଷ୍ଟା କରିବି ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri