Posted inଖେଳ

ମୁକେଶ, ରଜତ ନୂଆ ମୁହଁ

ନୂଆଦିଲ୍ଲୀ, ୩ା୧୦(ପି.ଟି.): ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ୍‌ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଦଳରେ ଦୁଇଜଣ ନୂଆ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ବେଙ୍ଗଲ ସିମ୍‌ ବୋଲର ମୁକେଶ କୁମାର ଏବଂ ଘରୋଇ ସିଜନରେ ଖୁବ୍‌ ଭଲ ପ୍ରଦର୍ଶନ କରିଥିବା ରଜତ ପଟିଦାର। ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ ଅକ୍ଟୋବର ୬ରେ ଲକ୍ଷ୍ନୌରେ ଆରମ୍ଭ ହେବ। ବେଙ୍ଗଲ ରେଡ୍‌ ବଲ୍‌ ବୋଲର ମୁକେଶ ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ପ୍ରଥମଶ୍ରେଣୀ ଗେମ୍‌ରେ ସର୍ବାଧିକ ଉଇକେଟ ହାସଲକାରୀ ରୂପେ ବିବେଚିତ ହୋଇଥିଲେ। ଇରାନୀ ଟ୍ରଫିରେ ମଧ୍ୟ ତାଙ୍କ ପ୍ରଦର୍ଶନ ପ୍ରଭାବୀ ରହିଛି।

ଅନ୍ୟପଟେ ପଟିଦାର ଜଣେ ଷ୍ଟାଇଲିଶ୍‌ ହିଟର। ଗତ ୩ ମାସ ମଧ୍ୟରେ ସେ ଆଇପିଏଲ୍‌ ପ୍ଲେ-ଅଫ୍‌ ରଣ୍‌ଜୀ ଟ୍ରଫି ଫାଇନାଲ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷରେ ଶତକମାନ ଅର୍ଜନ କରିଛନ୍ତି। ଶିଖର ଧାଓ୍ବନ ଭାରତୀୟ ଦଳର ନେତୃତ୍ୱ ନେବାକୁଥିବା ବେଳେ ଶ୍ରେୟସ ଆୟାର ତାଙ୍କ ଡେପୁଟି ଭାବେ ଦାୟିତ୍ୱ ତୁଲାଇବେ। ଦିନିକିଆ ସିରିଜ ଶେଷ ହେବା ପରେ ଶ୍ରେୟସ ଓ ଦୀପକ ଚହର ବ୍ରିସ୍‌ବେନ୍‌ରେ ଟି୨୦ ବିଶ୍ୱକପ୍‌ ଦଳରେ ଯୋଗଦେବେ। ଆଇସିସିର ଏହି ମର୍ଯ୍ୟାଦାପୂର୍ଣ୍ଣ ଇଭେଣ୍ଟ ଲାଗି ସେମାନଙ୍କୁ ଷ୍ଟାଣ୍ଡବାଇ ଖେଳାଳି କରାଯାଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍‌ର ଦ୍ୱିତୀୟ ଓ ତୃତୀୟ ମ୍ୟାଚ୍‌ ଯଥାକ୍ରମେ ଅକ୍ଟୋବର ୯, ୧୧ରେ ରାଞ୍ଚତ୍ ଏବଂ ଦିଲ୍ଲୀଠାରେ ଖେଳାଯିବ।
ଭାରତୀୟ ଦଳ: ଶିଖର ଧାଓ୍ବନ (ଅଧିନାୟକ), ଋତୁରାଜ ଗାଏକ୍ୱାଡ୍‌, ଶୁବମନ ଗିଲ୍‌, ଶ୍ରେୟସ ଆୟାର (ଉପଅଧିନାୟକ), ରଜତ ପଟିଦାର, ରାହୁଲ ତ୍ରିପାଠୀ, ଇଶାନ କିଶାନ (ଉଇକେଟ୍‌କିପର), ସଞ୍ଜୁ ସାମ୍‌ସନ (ଉଇକେଟ୍‌କିପର), ଶାହାବାଜ୍‌ ଅହମ୍ମଦ, ଶାର୍ଦ୍ଦୂଳ ଠାକୁର, କୁଲଦୀପ ଯାଦବ, ରବି ବିଶ୍ନୋଇ, ମୁକେଶ କୁମାର, ଆଭେଶ୍‌ ଖାଁ, ମହମ୍ମଦ ସିରାଜ ଓ ଦୀପକ ଚହର।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri