Posted inଜାତୀୟ

ସଂସଦୀୟ କମିଟି ବୈଠକରେ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିପାରେ ଭାଜପା

ନୂଆଦିଲ୍ଲୀ,୧୬।୭: ଦେଶରେ ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୈତିକ ସରଗରମ ରହିଛି। ଶନିବାର ହେବାକୁ ଥିବା ସଂସଦୀୟ କମିଟି ବୈଠକରେ ଉପରାଷ୍ଟ୍ରପତି ପ୍ରାର୍ଥୀ ସମ୍ପର୍କରେ ଭାଜପା ଚୂଡ଼ାନ୍ତ ନିଷ୍ପତ୍ତି ନେଇପାରେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ବହୁ ବରିଷ୍ଠ ନେତା ସାମିଲ ହେବେ। ଆଶା କରାଯାଉଛି, ଶନିବାର ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଉପରେ ମୋହର ଲାଗିପାରେ। ଏନ୍‌ଡିଏ ପକ୍ଷରୁ କିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ହେବେ ସେନେଇ ଅନେକ ନାମ ଚର୍ଚ୍ଚା ହେଉଛି। ଦେଶରେ ରାଷ୍ଟ୍ରପତିଙ୍କ ପାଇଁ ଜଣେ ଆଦିବାସୀ ମହିଳାଙ୍କ କାର୍ଡ ଖେଳିବା ପରେ ଉପରାଷ୍ଟ୍ରପତି ପଦ ପାଇଁ ଏକ ସଂଖ୍ୟାଲଘୁଙ୍କ ମୁହଁକୁ ଭାଜପା ମଇଦାନକୁ ଓହ୍ଲାଇପାରେ ବୋଲି ଚର୍ଚ୍ଚା ହେଉଛି। ଇତିମଧ୍ୟରେ ଉପରାଷ୍ଟ୍ରପତି ପ୍ରାର୍ଥୀ ଦୌଡ଼ରେ ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ମୁଖତାର ଆବ୍ବାସ ନକଭି ରହିଛନ୍ତି। ଏତଦ୍‌ ବ୍ୟତୀତ ମୁସଲମାନ ସମ୍ପ୍ରଦାୟରୁ କେରଳର ରାଜ୍ୟପାଳ ଆରିଫ ମହମ୍ମଦ ଖାନ, ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିଖ୍‌ ସମ୍ପ୍ରଦାୟରୁ କ୍ୟାପଟେନ ଅମରିନ୍ଦର ସିଂ, ନଜମା ହେପତୁଲ୍ଲା ଓ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖରଙ୍କ ନାମ ମଧ୍ୟ ଦୌଡରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri