Posted inଜାତୀୟ

ମୁଖତାର ଅଂସାରୀଙ୍କୁ ୧୦ ବର୍ଷ ଜେଲ

ଗାଜିପୁର,୨୯।୪: ଗ୍ୟାଙ୍ଗଷ୍ଟର ଆକ୍ଟ ମାମଲାରେ ମୁଖତାର ଅଂସାରୀଙ୍କୁ ୧୦ ବର୍ଷ ଜେଲ ଦଣ୍ଡ ହୋଇଛି। ଶନିବାର ଏହି ସଜା ଶୁଣାଇଛନ୍ତି କୋର୍ଟ। ଗାଜିପୁରର ଏମପି-ଏମଏଲଏ କୋର୍ଟ ୧୬ ବର୍ଷ ପୁରୁଣା ମାମଲାରେ ପୂର୍ବତନ ବିଧାୟକଙ୍କୁ ୧୦ ବର୍ଷର ସଜା ଶୁଣାଇଛନ୍ତି। ଏହାସହ କୋର୍ଟ ୫ ଲକ୍ଷ ଟଙ୍କାର ଜରିମାନା ବି କରିଛନ୍ତି।

ଗାଜିପୁରର ଏମପି-ଏମଏଲଏ କୋର୍ଟ ଶନିବାର ଗ୍ୟାଙ୍ଗଷ୍ଟର ଆକ୍ଟ ମାମଲାରେ ମଉର ପୂର୍ବତନ ବିଧାୟକ ମୁଖତାର ଅଂସାରୀଙ୍କୁ ସଜା ଶୁଣାଇଛନ୍ତି। କୋର୍ଟ ତାଙ୍କର ରାୟରେ ୧୦ ବର୍ଷର କାରାଦଣ୍ଡ ସହ ୫ ଲକ୍ଷ ଟଙ୍କାର ଜରିମାନା ବି କରିଛନ୍ତି। ଏହି ମାମଲା ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ବିଧାୟକ କୃଷ୍ଣାନନ୍ଦ ରାୟଙ୍କ ହତ୍ୟା ସହ ସମ୍ପର୍କ ରଖିଛି। ଏହି ମାମଲାରେ ଭାଜପାର ବର୍ତ୍ତମାନର ଏମପି ଓ ମୁଖତାର ଅଂସାରୀଙ୍କ ଭାଇଙ୍କ ଉପରେ ବି ଗ୍ୟାଙ୍ଗଷ୍ଟର ଆକ୍ଟ ଲାଗିଛି। ସୂଚନା ଅନୁଯାୟୀ, ଏମପିଙ୍କ ମାମଲା ସମ୍ପର୍କିତ ରାୟ ସଂରକ୍ଷିତ ରହିଛି।
ସୂଚନାଯୋଗ୍ୟ, ମୁଖତାର ଅଂସାରୀଙ୍କ ବିରୋଧରେ ଏହି ମାମଲା ଭାଜପାର ବିଧାୟକ ସ୍ବର୍ଗତ କୃଷ୍ଣାନନ୍ଦ ରାୟ ଓ ନନ୍ଦକିଶୋର ଗୁପ୍ତାଙ୍କ ହତ୍ୟା ମାମଲାରେ ଦାୟର କରାଯାଇଥିଲା। ମୁଖତାର ଓ ଅଫସାଜ ଅଂସାରୀଙ୍କ ବିରୋଧରେ ମାମଲା ୨୦୦୭ରେ ମୁହମ୍ମଦାବାଦ ଥାନାରେ କରାଯାଇଥିଲା। ଏହି ମାମଲାର ଶୁଣାଣି ସମୟରେ ମୁଖତାର ଅଂସାରୀ ଭିଡିଓ କନଫରେନସିଂ ଜରିଆରେ ବାଂଦା ଜେଲରୁ ଯୋଡି ହୋଇଥିଲେ। ୨୦୦୫ରେ ମୁହମ୍ମଦାବାଦ ସ୍ଥିତ ବସନିଆ ଚଟ୍ଟି ନିକଟରେ କୃଷ୍ଣାନନ୍ଦ ରାୟଙ୍କୁ ହତ୍ୟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?